ଆଜି ବିଧାନସଭା ଗୃହରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେ କହିଛନ୍ତି ଦୀର୍ଘଦିନ ଧରି ଛୁଟିରେ ଥିବା ଡାକ୍ତରଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ ନେବେ ସରକାର । ବିଭିନ୍ନ କ୍ୟାଡରର ୧୯୬ ଡାକ୍ତର ବିଭିନ୍ନ କାରଣ ଦର୍ଶାଇ ଛୁଟିରେ ଅଛନ୍ତି । ସେମାନଙ୍କ ଛୁଟିର କାରଣ ଯଥାର୍ଥ ନଥିଲେ ସେମାନଙ୍କ ବିରୋଧେରେ କାର୍ଯ୍ୟାନୁଷ୍ଠାନ ହେବ । ସରକାରୀ ନିୟମ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ ।ସେମାନଙ୍କ ବିରୋଧରେ ସରକାରୀ ନିୟମ ଅନୁସାରେ କାର୍ଯ୍ୟାନୁଷ୍ଠାନ କରିବେ ସରକାର ବୋଲି ଆଜି ଗୃହରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *