ରାଜ୍ୟର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ପାଇଁ ସରଗରମ ହୋଇଉଠିଛି ପରିସର । ନିର୍ବାଚନ କାଉଣ୍ଟଡାଉନ୍ ଆରମ୍ଭ ହୋଇସାରିଥିବା ବେଳେ ଆଜି କ୍ୟାମ୍ପସଗୁଡ଼ିକରେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଚାଲୁରହିଛି।

ସକାଳ ୧୦ଟାରୁ ଦିନ ୧ଟା ମଧ୍ୟରେ ଆଶାୟୀ ପ୍ରାର୍ଥୀମାନେ ନିଜ ନିଜର ନାମାଙ୍କନ ପତ୍ର ଦାଖଲ କରିବା ପରେ ଦିନ ୨ଟାରୁ ୪ଟା ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ। ଏହାପରେ ସନ୍ଧ୍ୟା ୫ଟା ସୁଦ୍ଧା ବୈଧ ନାମାଙ୍କନ ତାଲିକା ପ୍ରକାଶ ପାଇବ। ନିର୍ବାଚନ ସୂଚୀ ଅନୁଯାୟୀ, ଆସନ୍ତାକାଲି ସକାଳ ୧୦ଟାରୁ ଦିନ ୧ଟା ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ପାଇଁ ସମୟ ଧାର୍ଯ୍ୟ କରାଯାଇଥିବା ବେଳେ ଅପରାହ୍ନ ୨ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରାଯିବ।

ଆଜି ନାମାଙ୍କନ ପତ୍ର ଦାଖଲକୁ ନେଇ କଲେଜ କ୍ୟାମ୍ପସଗୁଡ଼ିକରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅଭୂତପୂର୍ବ ଉତ୍ସାହ ଦେଖିବାକୁ ମିଳିଛି। ନିଜ ନିଜର ସମର୍ଥକଙ୍କ ସହ ରାଲି ଓ ନାରାବାଜି କରି ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିବାକୁ ପହଞ୍ଚୁଛନ୍ତି। ଶାନ୍ତିପୂର୍ଣ୍ଣ ଓ ଶୃଙ୍ଖଳିତ ଭାବେ ନିର୍ବାଚନ ପ୍ରକ୍ରିୟା ଶେଷ କରିବା ପାଇଁ କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

Leave a Reply

Your email address will not be published. Required fields are marked *