ଭୁବନେଶ୍ୱର ଆଇଆଇଟି କ୍ୟାମ୍ପସରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ହଷ୍ଟେଲ୍ ଛାତରୁ ଡେଇଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତ ଛାତ୍ରୀ ହେଲେ କୃତ୍ତିକା ରାଜ। ତାଙ୍କ ଘର ଦିଲ୍ଲୀରେ ହୋଇଥିବା ବେଳେ ସେ ବି.ଟେକ୍ ତୃତୀୟ ବର୍ଷରେ ପଢ଼ୁଥିଲେ।

ସୂଚନାଯୋଗ୍ୟ, ମଙ୍ଗଳବାର ରାତି ପ୍ରାୟ ୧୧ଟାରେ କ୍ୟାମ୍ପସ ଭିତରେ ଥିବା ହଷ୍ଟେଲରୁ ଶବ୍ଦ ଶୁଭିଥିଲା। ସିକ୍ୟୁରିଟି ଗାର୍ଡ ସହ ଅନ୍ୟ ଅଧିକାରୀ ଆସି ଦେଖିଲା ବେଳକୁ ଛାତ୍ରୀ ଜଣଙ୍କ ତଳେ ପଡ଼ିଥିଲେ। ତାଙ୍କୁ ତୁରନ୍ତ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ଛାତ୍ରୀଙ୍କୁ ମୃତ ଘୋଷଣା କରିଥିଲେ। ତେବେ ମୃତ୍ୟୁର କାରଣ ଜଣାପଡିନି। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ସତ୍ୟାସତ୍ୟ ଜଣାପଡିବ। ଏ ନେଇ କଲେଜ ପକ୍ଷରୁ ଅଭିଭାବକଙ୍କୁ ଖବର ଦିଆଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

Leave a Reply

Your email address will not be published. Required fields are marked *