ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏ ସଂପର୍କରେ ଆଜି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନତା ମଇଦାନରେ ସୁଭଦ୍ରା ଯୋଜନା ହିତାଧିକାରୀଙ୍କୁ ଟଙ୍କା ବାଣ୍ଟିବେ । ୧୭ ସୁଦ୍ଧା ଚୟନ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଥମ ପର୍ଯ୍ୟାୟରେ ଟଙ୍କା ମିଳିବ । ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କୁ ବର୍ଷକୁ ଦୁଇ ଥର ମିଳିବ ସୁଭଦ୍ରା କିସ୍ତି। ମାର୍ଚ୍ଚ ଅନ୍ତର୍ଜାତିକ ମହିଳା ଦିବସ ଓ ରାଖୀ ପୂର୍ଣ୍ଣିମାରେ ମିଳିବ ୫ହଜାର ଟଙ୍କା ଲେଖାଏଁ କିସ୍ତି। ଚଳିତ ବର୍ଷ ରାକ୍ଷୀ ପୂର୍ଣ୍ଣିମା ସରିଯାଇଥିବାରୁ ସେପ୍ଟେମ୍ବର ୧୭ ତାରିଖରେ ପ୍ରଥମ କିସ୍ତି ଦିଆଯିବ।

Leave a Reply

Your email address will not be published. Required fields are marked *