Odisha women to get Subhadra money on January 22
ସୁଭଦ୍ରା ଯୋଜନାରେ ନୂତନ ଭାବେ ଯୋଡ଼ି ହୋଇଥିବା ହିତାଧିକାରୀମାନଙ୍କୁ ଜାନୁଆରୀ ୧୮ ତାରିଖ ବଦଳରେ ଜାନୁଆରୀ ୨୨ ତାରିଖରେ ସୁଭଦ୍ରା ସହାୟତା ଅର୍ଥ ରାଶି ପ୍ରଦାନ କରାଯିବା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । ଏ ନେଇ ଉପମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ଟ୍ୱିଟ କରି କୁହାଯାଇଛି । ପୂର୍ବରୁ ସୁଭଦ୍ରା ଟଙ୍କା ଆଜି ଦିଆଯିବ ବୋଲି ଘୋଷଣା ହୋଇଥିଲା ।
 
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି । ତାଙ୍କ ଭିତରୁ ନୂଆକରି ୧ ଲକ୍ଷ ୭୮ ହଜାର ୩୯୮ ଜଣ ମହିଳାଙ୍କୁ ସାମିଲ କରାଯାଇଛି । ଯେଉଁମାନେ କି ପ୍ରଥମ ଥର ପାଇଁ ସୁଭଦ୍ରା କିସ୍ତି ପାଇବେ ।
 
ସେହିପରି ପ୍ରଥମ ଓ ଦ୍ଵିତୀୟ କିସ୍ତିରୁ ବାଦ୍‌ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ବି ଏକାଥରକେ ୨ଟି କିସ୍ତି ପାଇବେ ।
 
 
 

By Nirvay

Leave a Reply

Your email address will not be published. Required fields are marked *