ରାଜ୍ୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଆଜି ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କରିଛନ୍ତି। ‘ସୁଭଦ୍ରା’ ଯୋଜନା ସମ୍ପର୍କିତ ସମସ୍ତ ତଥ୍ଯ ସୁଭଦ୍ରା ପୋର୍ଟାଲରେ ଉପଲବ୍ଧ ହେବ । କିଛି ତଥ୍ୟ ଜାଣିବାକୁ ଚାହୁଁଥିଲେ ସୁଭଦ୍ରା ପୋର୍ଟାଲ- http://subhadra.odisha.gov.in ରେ ରେ ସମସ୍ତ ସୂଚନା ରହିବ। ସେଥିପାଇଁ ପୋର୍ଟାଲରେ ସଠିକ୍ ଏବଂ ସରଳ ଭାବେ ସୂଚନା ଉପଲବ୍ଧ ହେବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏହା ସହ ଆସନ୍ତା ୪ ତାରିଖରୁ ଫର୍ମ ସଂଗ୍ରହ ଆରମ୍ଭ ହେବ। ଫର୍ମ ପୂରଣ କରି ମୋ ସେବା କେନ୍ଦ୍ର ବା ଜନସେବା କେନ୍ଦ୍ରରେ ଫର୍ମ ଦାଖଲ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

Leave a Reply

Your email address will not be published. Required fields are marked *