ଆଜି ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଟଙ୍କା। ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି ଦ୍ୱିତୀୟ ପର୍ଯ୍ୟାୟର ଟଙ୍କା ଆକାଉଣ୍ଟକୁ ଆସିଛି। ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇଛନ୍ତି। ଆକାଉଣ୍ଟକୁ ୫ ହଜାର ଟଙ୍କା ଆସିଥିବା ନେଇ ହିତାଧିକାରୀ ପାଖକୁ ମେସେଜ୍‌ ଆସିଛି। ଅକ୍ଟୋବର ୭ ତାରିଖ ସୁଦ୍ଧା ଆବେଦେନ କରିଥିବା ହିତାଧିକାରୀଙ୍କ ଆକାଉଣ୍ଟକୁ ଆଜି ଟଙ୍କା ଆସିଛି।

ବାରିପଦାର ଐତିହାସିକ ଛଉ ପଡିଆ ସଭାରୁ ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସମେତ ରାଜ୍ୟ ସରକାରଙ୍କ ବହୁ ମନ୍ତ୍ରୀ ଓ ସଚିବ ସାମିଲ ହୋଇଛନ୍ତି ।

ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ଆଜି ସଂଧ୍ୟା ସୁଦ୍ଧା ୬୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଟଙ୍କା ଚାଲିଯିବ ।ଗୋଟିଏ ଯୋଜନାରେ ୨ ମାସରେ କୋଟିଏ ମହିଳା କେବେ ଯୋଡ଼ି ହୋଇନଥିଲେ ।୧ କୋଟି ମହିଳା ଗୋଟିଏ ଯୋଜନାରେ ଯୋଡ଼ିହେବା ଏକ ରେକର୍ଡ । ଏଯାବତ ୧ କୋଟି ୬୦ ଲକ୍ଷ ସୁଭଦ୍ରା ଫର୍ମ ବଣ୍ଟନ କରାଯାଇଛି । ସେଥିରୁ ପ୍ରାୟ ୧.୫ କୋଟି ମହିଳାଙ୍କ ଫର୍ମ ରେଜିଷ୍ଟ୍ରେସନ ହୋଇଛି ।

ସୂଚନାଯୋଗ୍ୟ, ଗତ ୧୭ ତାରିଖରେ ରାଜ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିସାରିଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇଛନ୍ତି। ।

Leave a Reply

Your email address will not be published. Required fields are marked *