ଆସନ୍ତା ୨୪ରେ ଆସିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ।୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଯିବ ‘ସୁଭଦ୍ରା’ ଟଙ୍କା।ସୁନ୍ଦରଗଡ଼ରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ୩ୟ ପର୍ଯ୍ୟାୟ ଟଙ୍କା ଦିଆଯିବ । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀ ଏହାଦ୍ୱାରା ଉପକୃତ ହେବେ। ସୁନ୍ଦରଗଡ଼ରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ୩ୟ ପର୍ଯ୍ୟାୟ ଟଙ୍କା ଦିଆଯିବ।

ସୂଚନା ଯୋଗ୍ୟ; ମହିଳାମାନେ ସଶକ୍ତ ହେବାପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ସୁଭଦ୍ରା ଯୋଜନାରେ କୋଟିଏରୁ ଅଧିକ ହିତାଧିକାରୀ ପଞ୍ଜୀକୃତ କରିସାରିଛନ୍ତି ।ପୂର୍ବରୁ ୬୦ ଲକ୍ଷ ହିତାଧିକାରୀଙ୍କୁ ୨ଟି ପର୍ଯ୍ୟାୟରେ ମିଳିଥିଲା ସୁଭଦ୍ରା ଟଙ୍କା।

Leave a Reply

Your email address will not be published. Required fields are marked *