ଆସନ୍ତା ଜାନୁଆରୀ ମାସ ୧୫ ତାରିଖ ପରେ ହିତାଧିକାରୀଙ୍କୁ ‘ସୁଭଦ୍ରା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ଏକ କୋଟି ହିତାଧିକାରୁଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଏ ନେଇ ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତେବେ ନିର୍ଦ୍ଦଷ୍ଟ କେତେ ତାରିଖରେ ଟଙ୍କା ମିଳିବ, ସେନେଇ କୌଣସି ସୂଚନା ମିଳିନାହିଁ । ଡିସେମ୍ବର ୩୦ ତାରିଖ ଯାଏଁ ହେବାକୁଥିବା ସର୍ଭେ ଅବଧି ଏବେ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି । ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ମଧ୍ୟ ଏକାଥରେ ୨ଟି କିସ୍ତି ମିଳିବ ବୋଲି ସ୍ପଷ୍ଟ କରିଛନ୍ତି ପ୍ରଭାତୀ ପରିଡ଼ା । Post navigation ଜାନୁଆରୀ ୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି ଉତ୍କର୍ଷ ଓଡିଶା ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ; ୨୮ ରେ ଆସିବେ ପ୍ରଧାନମନ୍ତ୍ରୀ