ପୁରୀ କଂଗ୍ରେସ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି ଟିକେଟ ଫେରାଇଥିବା ସୂଚନା ରହିଛି । ଏନେଇ ସେ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଏଆଇସିସି ସାଧାରଣ ସମ୍ପାଦକ କେସି ବେଣୁଗୋପାଳଙ୍କୁ ଇମେଲ ପଠାଇଛନ୍ତି । ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍ ଫେରାଇଥିବା AICCକୁ ଜଣାଛନ୍ତି । ବିନା ପାର୍ଟି ଫଣ୍ଡିଂରେ କ୍ୟାମ୍ପେନିଂ କରିବା ଏତେ ସହଜ ନୁହେଁ ବୋଲି ସେ କହିଛନ୍ତି ।

ତେଣୁ ସେ ନିଜ ଟିକେଟ୍ ଫେରାଉଛନ୍ତି ବୋଲି ଇମେଲରେ ଜଣାଇଛନ୍ତି । ଲୋକସଭା ଅଧୀନ ୭ ବିଧାନସଭା ଆସନରେ ଦୁର୍ବଳ ପ୍ରାର୍ଥୀ ଦିଆଯାଇଛି । ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ପରିବର୍ତ୍ତନ ପାଇଁ ଅନୁରୋଧ କରିଥିଲି ବୋଲି କହିଛନ୍ତି ସୁଚରିତା ।

ତେବେ ପୁରୀରେ ମେ ୨୫ ତାରିଖରେ ଭୋଟିଂ ହେବ । ଏଥିପାଇଁ ନାମାଙ୍କନ ଭରିବାକୁ ଆଉ ମାତ୍ର ୨, ୩ ଦିନ ରହିଲା । ଏହା ଭିତରେ ସୁଚରିତା ଟିକେଟ୍ ଫେରାଇବା ପରେ ଏହି ଆସନରୁ କଂଗ୍ରେସ ପୁଣି କାହାକୁ ପ୍ରାର୍ଥୀ କରିବ ବୋଲି ଦ୍ୱନ୍ଦ୍ୱ ଉପୁଜୁଛି । ତେବେ ଏହି ଆସନରେ ଦଳ ଜିଲ୍ଲା ସଭାପତିଙ୍କୁ ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ହେଉଛି ।

Leave a Reply

Your email address will not be published. Required fields are marked *