ଭୁବନେଶ୍ୱର ; ସରକାରୀ କ୍ଷମତାର ଦୁରୂପଯୋଗ କରି ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳାମାନଙ୍କୁ ବିଜେଡି ସପକ୍ଷରେ ଭୋଟ୍ ଦେବା ପାଇଁ ଚାପ ପକାଇବା ଆଇଏଏସ୍ ସୁଜାତା ଆର କାର୍ତ୍ତିକେୟନଙ୍କୁ ମହଙ୍ଗା ପଡ଼ିଛି । ନିର୍ବାଚନ କମିଶନଙ୍କ କଡ଼ା ଆଭିମୁଖ୍ୟ ଓ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ଆଜି ଭିକେ ପାଣ୍ଡିଆନଙ୍କ ପତ୍ନୀ ଆଇଏଏସ୍ ସୁଜାତା କାର୍ତ୍ତିକେୟନଙ୍କୁ ବଦଳି କରିଛନ୍ତି । ଭୋଟରଙ୍କୁ ଧମକାଉଥିବା ଅଭିଯୋଗ କରିଥିଲା ବିଜେପି । ସୁଜାତା କାର୍ତ୍ତିକେୟନଙ୍କୁ ଗତକାଲି ବଦଳି ନିର୍ଦ୍ଦେଶ ଦେଇଥିଲେ ଇସିଆଇ। ସେହିଆଧାରରେ ମିଶନ ଶକ୍ତି ସଚିବ ପଦରୁ ଅର୍ଥ ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି ।
ଖାଲି ସେତିକି ନ୍ଵହେଁ ଓଡ଼ିଆ ଭାଷା ଓ ସଂସ୍କୃତି ବିଭାଗ ସ୍ବତନ୍ତ୍ର ସଚିବ ପଦରୁ ମଧ୍ୟ ହଟିଛନ୍ତି ସୁଜାତା କାର୍ତ୍ତିକେୟନ
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଚିବ ତଥା କମିଶନର ୨୦୦୧ ବ୍ୟାଚ୍ ଆଇଏଏସ୍ ଶାଳିନୀ ପଣ୍ଡିତଙ୍କୁ ମିଶନ ଶକ୍ତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ଶ୍ରୀମତୀ ପଣ୍ଡିତ ମଧ୍ୟ ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଦାୟିତ୍ୱ ତୁଲାଇବେ ।

By SonaliP

Leave a Reply

Your email address will not be published. Required fields are marked *