ବିଜେପିରୁ ନିଲମ୍ବିତ ହେଲେ ସୁନୀତି ମୁଣ୍ଡ । ଦଳ ବିରୋଧୀ କାର୍ଯ୍ୟ ପାଇଁ ହେଲେ ନିଲମ୍ବିତ । ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ ପୂର୍ବତନ ମେୟର ପ୍ରାର୍ଥିନୀ ଶ୍ରୀମତୀ ସୁନୀତି ମୁଣ୍ଡଙ୍କୁ ଦଳରୁ ନିଲମ୍ବନ କରାଗଲା ବୋଲି ରାଜ୍ୟ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ କରାଯାଇଛି । ଦଳ ବିରୋଧୀ କାର୍ଯ୍ୟ ପାଇଁ ସୁନୀତିଙ୍କ ସହ ୫ ଜଣ ନିଲମ୍ବିତ କରାଯାଇଥିବା ସୂଚନା। ସେମାନେ ହେଲେ ପୂର୍ବତନ ଖୋର୍ଦ୍ଧା ଜିଲ୍ଲା ସଭାପତି ନିକୁଞ୍ଜ ପଟ୍ଟନାୟକ, ଜିଲ୍ଲା ସଂପାଦକ ବିଦ୍ୟୁତ କାଣ୍ଡି, ଖୋର୍ଦ୍ଧା ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ଶ୍ରୀ ତାପସ ଜେନା, ଅନୁସୁଚିତ ଜାତି ମୋର୍ଚ୍ଚା ଖୋର୍ଦ୍ଧା ଜିଲ୍ଲା ସଭାପତି ଶିବ ମଲ୍ଲିକ ଏବଂ କାର୍ଯ୍ୟକର୍ତ୍ତା ଧନେଶ୍ବର ବାରିକ ।

Leave a Reply

Your email address will not be published. Required fields are marked *