ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଅନୁଗୁଳରେ କାର୍ଯ୍ୟରତ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା । ଭୁବନେଶ୍ୱର, ରାଉରକେଲା ସୁନ୍ଦରଗଡ଼, ଅନୁଗୁଳ ଓ ଗଞ୍ଜାମର ୮ ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ । ସୁନ୍ଦରଗଡ଼ ଜିଲ୍ଲା ସୁନ୍ଦରଗଡ଼ରେ ଅବସ୍ଥିତ ତିନି ମହଲା କୋଠା, ରାଉରକେଲାର ଗୋପବନ୍ଧୁ ନଗରର ଛେଣ୍ଡ, ଏମ/୨୦ରେ ଅବସ୍ଥିତ ଦୁଇ ମହଲା ବିଶିଷ୍ଟ କୋଠା, ଭୁବନେଶ୍ୱରର ଘଟିକିଆରେ ଥିବା ଘର, ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ପିଏସ୍, ରାଞ୍ଝାଲି ଗ୍ରାମରେ ତାଙ୍କ ପୈତୃକ ଘର, ଶ୍ୱଶୁର ଘର, ଅନୁଗୁଳର ସରକାରୀ କ୍ୱାର୍ଟର, ସରକାରୀ କାର୍ଯ୍ୟାଳୟରେ ରେଡ୍ କରିଛୁ ଭିଜିଲାନ୍ସ । ଏ ପର୍ଯ୍ୟନ୍ତ କେତେ ସମ୍ପତ୍ତି ଜବତ ହୋଇଛି । ତାହାର କୌଣସି ସୂଚନା ମିଳିନାହିଁ । ଏହି ଚଢ଼ାଉରେ ୩ ଜଣ ଡିଏସପି, ୧୦ ଜଣ ଇନ୍ସପେକ୍ଟର, ୪ଜଣ ଏଏସ୍ଆଇ ଓ ଅନ୍ୟ ସହାୟକ କର୍ମଚାରୀ ସାମିଲ ହୋଇଛନ୍ତି । Post navigation ସୁସ୍ଥ ହେଉଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଚଳନ୍ତା ଅଟୋରେ ନାବାଳିକାକୁ ଅସଦାଚରଣ ଅଭିଯୋଗ