ରାଜ୍ୟରେ ବିଜେପି ପ୍ରଥମଥର ପାଇଁ ସରକାର ଗଠନ କରିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନେତୃତ୍ବରେ ସରକାର ଗଠନ ପାଇଁ ଉପମୁଖ୍ୟମନ୍ତ୍ରୀ, କ୍ୟାବିନେଟ ଓ ରାଷ୍ଟ୍ରମନ୍ତ୍ରୀ ଶପଥପାଠ କରିଛନ୍ତି । ତେବେ ନୂଆ ସରକାରରେ ବାଚସ୍ପତି କିଏ ହେବେ ସେନେଇ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା। ଏଥିରେ ଆଜି ପୂର୍ଣ୍ଣଚ୍ଛେଦ ପଡ଼ିଛି। ରଣପୁର ବିଧାୟିକା ସୁରମା ପାଢ଼ୀ ବାଚସ୍ପତି ହେବେ ବୋଲି ସ୍ପଷ୍ଟ ସୂଚନା ମିଳିଛି।

ସୁରମା ହେଉଛନ୍ତି ନୟାଗଡ଼ ଜିଲ୍ଲା ରଣପୁର ନିର୍ବାଚନମଣ୍ଡଳୀର ବିଧାୟକ। ଦ୍ୱିତୀୟ ଥର ପାଇଁ ସେ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ସୁରମା ପାଢ଼ୀ ୧୯୬୦ ମସିହାର ଡିସେମ୍ବର ୨୯ ତାରିଖରେ ଜନ୍ମଗ୍ରହଣ କରିଥିଲେ। ସେ ଗୃହ ବିଜ୍ଞାନରେ ସ୍ନାତକୋତ୍ତର ଓ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଓକିଲାତି ପଢ଼ିଥିଲେ।

୧୯୮୮ ମସିହାରେ ଭାରତୀୟ ଜନତା ପାର୍ଟିରେ ଯୋଗଦେଇଥିଲେ। ୧୯୯୮ ମସିହାରେ ସେ ବିଜେପି ରାଜ୍ୟ ମହିଳା ମୋର୍ଚ୍ଚାର ସଭାପତି ହୋଇଥିଲେ। ୨୦୦୦ ମସିହା ପର୍ଯ୍ୟନ୍ତ ସେ ସେହି ପଦବୀରେ ରହିଥିଲେ। ୨୦୦୦ ମସିହାରେ ସେ ଜାତୀୟ ଭାରତୀୟ ଜନତା ପାର୍ଟି ମହିଳା ମୋର୍ଚ୍ଚାର ସଭାପତି ହୋଇଥିଲେ। ୨୦୦୪ ମସିହାରେ ରଣପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ସୁରମା ବିଜେପିରୁ ଲଢ଼ିଥିଲେ। ଆଉ ବିଜୟୀ ହୋଇଥିଲେ। ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ସେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ୨୦୦୯, ୨୦୧୪ ଓ ୨୦୧୯ ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱୀତା କରି ପରାଜିତ ହୋଇଥିଲେ। ଚଳିତ ନିର୍ବାଚନରେ ପୁଣି ଥରେ ଲଢ଼ି ସେ ବିଜୟୀ ହୋଇଛନ୍ତି। ନୂଆ ମନ୍ତ୍ରିମଣ୍ଡଳ ଗଠନ ପରେ

ସୂଚନା ଅନୁସାରେ, ଆଜି ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେଇଥିବା ବେଳେ ତାଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିବା ଆଉ ୧୫ ମନ୍ତ୍ରୀ ମଧ୍ୟ ଶପଥ ପାଠ କରିଛନ୍ତି। ବାଚସ୍ପତି କିଏ ହେବେ ସେନେଇ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା। ରଣପୁର ବିଧାୟିକା ସୁରମା ପାଢ଼ୀ ବାଚସ୍ପତି ଭାବେ ମୋହର ମରାଯାଇଛି ।

Leave a Reply

Your email address will not be published. Required fields are marked *