Tag: Mohan Majhi

ମା’ ତାରାତାରିଣୀ ପୀଠର ବିକାଶ ପାଇଁ ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଂଜାମ ଜିଲ୍ଲା ଗସ୍ତରେ ଯାଇ ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହିତ ପ୍ରସିଦ୍ଧ ତାରାତାରିଣୀ ପୀଠରେ ମା’ ତାରାତାରିଣୀଙ୍କୁ ଦର୍ଶନ କରି ଏହି ଅଂଚଳର…

ଅପରେସନ୍ ସିନ୍ଦୁର ପରେ ଭାରତୀୟ ସେନା ବାହିନୀକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଅପରେସନ୍ ସିନ୍ଦୁର ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭାରତୀୟ ସେନାର ଉଚ୍ଚ ପ୍ରଶଂସା କରିଛନ୍ତି । ଗଣମାଧ୍ୟମକୁ ମନ୍ତବ୍ୟ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ନେତୃତ୍ୱରେ ଭାରତ ଆତଙ୍କବାଦ ବିରୋଧରେ ଶୂନ୍ୟ ସହନଶୀଳତା ନୀତି…

ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦକୁ ନେଇ ମମତା ବାନାର୍ଜୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ପଶ୍ଚିମବଙ୍ଗର ଦୀଘାସ୍ଥିତ ଜଗନ୍ନାଥ ମନ୍ଦିରରେ ‘ଜଗନ୍ନାଥ ଧାମ’ ଲେଖିବା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଶ୍ରୀଜଗନ୍ନାଥ ଧାମ ପୁରୀ ହିନ୍ଦୁ ଧର୍ମର ଚାରି ଧାମ ମଧ୍ୟରୁ ଗୋଟିଏ ଏବଂ…

ସବୁ ଖଣିଜ ଜିଲ୍ଲାର ମେଡିକାଲ କଲେଜ୍‌ରେ ହେବ ଉନ୍ନତ ଟ୍ରମା କେୟାର ବ୍ୟବସ୍ଥା: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ସ୍ଥିତ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଅନ୍ତଃ ଚିକିତ୍ସା ସେବା (In-Patient Service) ଓ ଟ୍ରମା କେୟାର ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି । ଏହାଦ୍ୱାରା ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତି ମାନଙ୍କର ଉତ୍ତମ ଚିକିତ୍ସା…

କଟକରେ ବ୍ରିଜ୍‌ ସ୍ଲାବ ଭୁଶୁଡ଼ି ୩ ମୃତ; ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକରେ ଆଜି ବଡ ଅଘଟଣ ଘଟିଛି । କଟକର ଖାନନଗରରେ ନିର୍ମାଣଧୀନ ଏକ ବ୍ରିଜର କାମ ଚାଲିଥିବା ବେଳେ କ୍ରେନ୍‌ ଭାଙ୍ଗିଯିବାରୁ ସ୍ଲାବ୍‌ ଖସିପଡିବା ଯୋଗୁଁ ସ୍ଲାବ୍ ତଳେ ଚାପି ହୋଇ ୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।…

ପାରାଦୀପରେ ହେବ ନୂଆ ଏୟାରପୋର୍ଟ; ୧୫ ଜିଲ୍ଲାରେ ନିର୍ମାଣ ହେବ ହେଲିପୋର୍ଟ

ରାଜ୍ୟରେ ବିମାନ ଚଳାଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ “ବିମାନ ଚଳାଚଳ ଏବଂ ନେଟୱାର୍କ ନିର୍ମାଣ ପରିଚାଳନା” ସମ୍ବନ୍ଧରେ ଆଲୋଚନା କରିଛନ୍ତି । ଏହି ବୈଠକରେ, ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର…

ଜୟଦେବଙ୍କ ପୀଠକୁ ବିଶ୍ୱସ୍ତରୀୟ କରିବାପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଆଜି ଜୟଦେବ ଜୟନ୍ତୀ ଅବସରରେ ଜନ୍ମପୀଠ କେନ୍ଦୁବିଲ୍ୱ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି । ଏହି ଅବସରରେ ଜୟଦେବଙ୍କ ଗୀତଗୋବିନ୍ଦ କାଳିଦାସଙ୍କ ମେଘଦୂତ ସହିତ ସମକକ୍ଷ ବୋଲି ସେ କହିଛନ୍ତି । ଏହି ଅବସରରେ…

ଶ୍ରମିକ ମାନଙ୍କ ସର୍ବନିମ୍ନ ଦୈନିକ ମଜୁରୀ ବୃଦ୍ଧି କଲେ ରାଜ୍ୟ ସରକାର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରମିକ ମାନଙ୍କ ପାଇଁ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଆଜି ମଞ୍ଜୁରୀ ଦେଇଛନ୍ତି । ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ସୁନାମ ଅର୍ଜନ କରିଥିବା…

ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀମାନଙ୍କ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ

ଓଡ଼ିଶାରେ ସମବାୟ ଆନ୍ଦୋଳନର ଆଦ୍ୟ ପ୍ରବକ୍ତା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଆଜି ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀମାନଙ୍କ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି । ସମୁଦାୟ ୯,୫୩୭ ଜଣ ଜମାକାରୀ ୨୦ କୋଟି ୯୬…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଚିଠି

ଯାଜପୁର-ଧାମରା ପୋର୍ଟ ରେଳ ଲାଇନ୍ କାର୍ଯ୍ୟକ୍ଷମ ପାଇଁ କେନ୍ଦ୍ର ରେଳ ଯୋଗାଯୋଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଚିଠି ଲେଖିଛନ୍ତି । ପ୍ରାଥମିକତା ଭିତ୍ତିରେ ରେଳ ଲାଇନ୍ ପ୍ରକଳ୍ପ ସାରିବାକୁ ରାଜ୍ୟ ସରକାର ଦାବି କରିଛନ୍ତି । ରେଳ…