Tag: Ratha Yatra

ରଥାରୂଢ଼ ପ୍ରଭୁ ବଳଭଦ୍ର

ଚକ୍ରରାଜ ସୁଦର୍ଶନଙ୍କ ପରେ ରଥାରୂଢ଼ ହେଲେ ପ୍ରଭୁ ବଳଭଦ୍ର। ଭାବବିହ୍ୱଳ ହୋଇଛନ୍ତି ଭକ୍ତ। ସବୁ ଅପେକ୍ଷାର ଅନ୍ତ ଘଟିଛି। ରଥଯାତ୍ରାରେ ସାମିଲ ହେବାର ସୌଭାଗ୍ୟ ପାଇ ଭକ୍ତ ଆଜି ଧନ୍ୟ।

ରଥକୁ ବିଜେ ହେଲେ ଚକ୍ରରାଜ ସୁଦର୍ଶନ

ଆଜି ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା । ଶ୍ରୀଜିଉଙ୍କ ଅପେକ୍ଷାରେ ରଥ ଆଉ ଭକ୍ତ । ଶ୍ରୀମନ୍ଦିର ସିଂହଦ୍ବାର ସମ୍ମୁଖରେ ଦଣ୍ଡାୟମାନ ସୁସଜ୍ଜିତ ତିନି ରଥ ଅପେକ୍ଷା କରିଛି ତିନି ଠାକୁରଙ୍କୁ । ବଢୁଛି ଭକ୍ତଙ୍କ ଲାଗିଲାଣି ଗହଳି। ମହାପ୍ରଭୁଙ୍କୁ ଦର୍ଶନ କରିବେ ଶହ…

ପୁରୀ ଅଭିମୁଖେ ବାହାରିଲେ ରାଷ୍ଟ୍ରପତି

ପୁରୀ ଅଭିମୁଖେ ବାହାରିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ରଥାରୂଢ଼ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେବେ।ଭୁବନେଶ୍ୱର ବିମାନବନ୍ଦରରୁ ହେଲିକପ୍ଟରରେ ଯାଇ ପୁରୀ ତାଳବଣିଆଠାରେ ହେଲିପ୍ୟାଡରେ ଅବତରଣ କରିବେ। ସେଠାରୁ ଯାଇ ବଡ଼ଦାଣ୍ଡରେ ପହଞ୍ଚିବେ। ଏଥିପାଇଁ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ଶ୍ରୀମନ୍ଦିରର ସିଂହଦ୍ବାର ଆଗରେ ଦଣ୍ଡାୟମାନ ସୁସଜ୍ଜିତ ତିନି ରଥ

ଜଗତର ନାଥ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିରର ସିଂହଦ୍ୱାର ଆଗରେ ଦଣ୍ଡାୟମାନ ସୁସଜ୍ଜିତ ତିନି ରଥ। ଭାଇଭଉଣୀଙ୍କୁ ସାଙ୍ଗରେ ନେଇ ଜନ୍ମବେଦିକୁ ନବଦିନାତ୍ମକ ଯାତ୍ରା କରିବେ। ଭକ୍ତଜନଙ୍କୁ ଉଦ୍ଧାରିବା ପାଇଁ ରତ୍ନଦେବି ଛାଡ଼ି ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ…

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନିରଥ

ଆସନ୍ତା କାଲି ରଥଯାତ୍ରା । ରାତି ପାହିଲେ ବଡ଼ଦାଣ୍ଡରେ ଗଡ଼ିବ ତିନିରଥ। ନବଦିନାତ୍ମକ ଯାତ୍ରା କରିବେ ମହାପ୍ରଭୁ। ଏଥିପାଇଁ ଶ୍ରୀଜଗନ୍ନାଥ ମନ୍ଦିରରୁ ଆଜି ରଥଖଳାରେ ପ୍ରସ୍ତୁତ ୩ ରଥ ପାଇଁ ଆଜ୍ଞାମାଳ ବିଜେ ହୋଇଛି। ମହାପ୍ରଭୁଙ୍କ ଆଜ୍ଞାମାଳ ପାଇବା ପରେ ସିଂହଦ୍ୱାର…

ରଥଯାତ୍ରାରେ ସାମିଲ ହେବାକୁ ନବୀନଙ୍କୁ ନିମନ୍ତ୍ରଣ

ଆସନ୍ତା ୭ ଓ ୮ ତାରିଖ ଦୁଇଦିନ ଧରି ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ରଥଯାତ୍ରାରେ ସାମିଲ ହୋଇ ମହାପ୍ରଭୁଙ୍କ ଆଶିଷ ଲାଭ କରିବାକୁ ପୂର୍ବତନ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି ସେବାୟତ ମଣ୍ଡଳୀ । ରାଜ୍ଯସଭା ସାଂସଦ ଶୁଭାଶିଷ…

୮ରେ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ

ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଆସନ୍ତା ୮ ତାରିଖରେ ଓଡ଼ିଶା ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ। ରାଜସ୍ବ ଓ ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟ ମଧ୍ୟ ବନ୍ଦ ରହିବ। ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ…

ବଡ଼ଦାଣ୍ଡରେ ଷ୍ଟଲ ପ୍ରସଙ୍ଗ: ହାଇକୋର୍ଟଙ୍କ ସର୍ତ୍ତମୂଳକ ଅନୁମତି

ଚଳିତ ବର୍ଷ ରଥଯାତ୍ରା ସମୟରେ ବଡ଼ଦାଣ୍ଡରେ ଷ୍ଟଲ ଲାଗିବା ପ୍ରସଙ୍ଗରେ ସର୍ତ୍ତମୂଳକ ଅନୁମତି ଦେଇଛନ୍ତି ହାଇକୋର୍ଟ। ବଡ଼ ଦାଣ୍ଡରେ ବ୍ୟବସାୟ ଉଦ୍ଦେଶ୍ୟରେ କୌଣସି ଷ୍ଟଲ ଲାଗିବ ନାହିଁ । ଯାହ ବି ଷ୍ଟଲ ଲାଗିବ ତାହା କେବଳ ଜନସେବା ପାଇଁ ।…

ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ରଥଯାତ୍ରା ସମୀକ୍ଷା କରିଛନ୍ତି। ବୈଠକରେ ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କରାଯାଇଛି। ପୁରୀ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏ ନେଇ ସୂଚନା ଦେଇଛନ୍ତି। ଚଳିତବର୍ଷ ଜୁଲାଇ ୭ ଓ…

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ବସିବ ରଥଯାତ୍ରାର ଶେଷ ସମନ୍ବୟ ବୈଠକ

ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା ବିଶ୍ୱପ୍ରସିଦ୍ଧ। ଦୀର୍ଘ ୫୩ ବର୍ଷପରେ ଚଳିତ ବର୍ଷ ଗୋଟିଏ ଦିନରେ ନେତ୍ରଉସତ୍ବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ପଡୁଛି। ତେଣୁ ଦୁର୍ଲ୍ଲଭ ରଥଯାତ୍ରାରେ ଭକ୍ତଙ୍କ ସମାଗମ ଅଧିକ ରହିବ ବୋଲି ଆଶଙ୍କା କରାଯାଉଛି। ସେହିପରି ମହାପ୍ରଭୁଙ୍କ ଘୋଷଯାତ୍ରାରେ…