talcher-municipality-chairperson-13-councillors-joins-bjp
ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ପଦ୍ମ ଧରିଛନ୍ତି ତାଳଚେର ପୌର ପରିଷଦ ଅଧ୍ୟକ୍ଷ ପବିତ୍ର ଭୂତିଆ । ପୌର ପରିଷଦ ଅଧ୍ୟକ୍ଷଙ୍କ ସମେତ ୧୩ କାଉନସିଲର ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି । ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ ପବିତ୍ରଙ୍କ ସମେତ ୧୩ କାଉନସିଲର ।
 
ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ଦଳର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ଢେଙ୍କାନାଳ ବିଜେପି ସାଂସଦ ରୁଦ୍ର ପାଣିଙ୍କ ଉପସ୍ଥିତିରେ ତାଳଚେର ପୌର ପରିଷଦ ଅଧ୍ୟକ୍ଷଙ୍କ ସମେତ ୧୩ କାଉନସିଲର ବିଜେପିରେ ସାମିଲ ହୋଇଛନ୍ତି । ବିଜେପିର ଦଳୀୟ ନେତୃବୃନ୍ଦ ଅଶୋକ ମହାନ୍ତି, ଅଗସ୍ତି ବେହେରା, ପ୍ରତାପ ପ୍ରଧାନ, ବିଜେପି ବିଧାୟିକା ସୀମାରାଣୀ ନାୟକ ପ୍ରମୁଖ ଏହି ମିଶ୍ରଣ ପର୍ବରେ ଉପସ୍ଥିତ ଥିଲେ ।
 
ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି ଯେ, ଡବଲ ଇଞ୍ଜିନ ସରକାର ବିକାଶ ମଡେଲକୁ ଆଧାର କରି ସମସ୍ତେ ଏବେ ବିଜେପି ମୁହାଁ ହେଉଛନ୍ତି । ବିଜେପିରେ ସେମାନଙ୍କ ଯୋଗଦାନ ତାଳଚେରରେ ବିଜେପି ସଙ୍ଗଠନକୁ ଆହୁରି ମଜବୁତ କରୁଛି ।
talcher-municipality-chairperson-13-councillors-joins-bjp

By Nirvay

Leave a Reply

Your email address will not be published. Required fields are marked *