ଭୁବନେଶ୍ବର: ନାଲକୋର ପୂର୍ବତନ ସିଏମଡି ଡକ୍ଟର ତପନ ଚାନ୍ଦ ବିଜେପିରେ ଯୋଗ ଦେଇଛନ୍ତି। ସେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ ହୋଇଛନ୍ତି। ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ତାଙ୍କୁ ଦଳୀୟ ଟୋପି ଓ ଉତ୍ତରୀୟ ପ୍ରଦାନ କରାଯାଇ ସ୍ବାଗତ କରାଯାଇଥିଲା। ‌ଡକ୍ଟର ତପନ ଚାନ୍ଦ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ସହ ଛାତ୍ରଜୀବନରେ ଜଡ଼ିତ ଥିଲେ।ସେ ଉତ୍କଳ ବିଶ୍ବବିଦ୍ୟାଳୟ ଛ‌ାତ୍ରସଂସଦର ସଭାପତି ଭାବେ ମଧ୍ୟ ନିର୍ବାଚିତ ହୋଇଥିଲେ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *