ଆଉ ଦେହରେ ଟାଟୁ କରିପାରିବେନି ପୋଲିସ ଅଧିକାରୀ । ଶରୀରରେ ଟାଟୁ କରିବା ଦ୍ୱାରା ଓଡ଼ିଶା ପୋଲିସର ସମ୍ମାନ ହାନି ହେଉଥିବାରୁ ଏଭଳି ନିର୍ଦ୍ଦେଶନାମା ଜାରି କରିଛି ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ୍ ।ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ୍ କୌଣସି ଅଧିକାରୀ ମୁହଁ, ବେକ କିମ୍ବା ହାତରେ ଟାଟୁ କରିପାରିବେ ନାହିଁ ।

ଯଦି କୌଣସି ଅଧିକାରୀ ଟାଟୁ କରିଛନ୍ତି ତେବେ ୧୫ ଦିନ ମଧ୍ୟରେ ଏହାକୁ ଲିଭାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ପୋଲିସ ୟୁନିଫର୍ମ ପିନ୍ଧିବା ପରେ ଯଦି ଟାଟୁ ଦେଖାଯାଉଥାଏ ତେବେ ଏହା ଗ୍ରହଣୀୟ ହେବ ନାହିଁ । ଟାଟୁ ନ ଲିଭାଇଲେ ଡିପାର୍ଟମେଂଟାଲ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଚେତାବନୀ ଦିଆଯାଇଛି ।

SSB ବ୍ୟତୀତ ଅନ୍ୟ ପୋଲିସଙ୍କ ପାଇଁ ଲାଗୁ ନୁହେଁ ଏହି ନିୟମ

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *