ବୌଦ୍ଧ: ସରକାରୀ ନୋଡାଲ ହାଇସ୍କୁଲ ଦହ୍ୟାର ସହକାରୀ ଶିକ୍ଷକ ସଂଘମିତ୍ରା ମଲ୍ଲିକଙ୍କୁ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ଛାଟ । ନିର୍ବାଚନ ଆଚରଣ ବିଧି ଲାଗିଥିବା ସମୟରେ ଏକ ରାଜନୈତିକ ଦଳର ଦଳୀୟ ରାଲିରେ ଯୋଗ ଦେଇ ହରଡଘଣାରେ ଶିକ୍ଷୟତ୍ରୀ । ନିଲମ୍ବନ କଲେ ଜିଲ୍ଲା ନିର୍ବାଚନ ଅଧିକାରୀ । ସୂଚନାମୁତାବକ, ଗତ ଦୁଇ ଦିନ ତଳେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀ ପଲଶପାଟ ଠାରୁ ଆମ୍ବଗାଁ ପର୍ଯ୍ୟନ୍ତ ବିଜେଡି ଦଳ ପକ୍ଷରୁ ବିଶାଳ ରାଲି ଅନୁଷ୍ଠିତ ହୋଇଥିଲା । ଏହି ରାଲିରେ ବୌଦ୍ଧ ବ୍ଲକ ଦହ୍ୟା ନୋଡାଲ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ସଙ୍ଘମିତ୍ରା ମଲିକ ଯୋଗଦେଇଥିବା ନେଇ ଅଭିଯୋଗ ହୋଇଥିଲା । ଏହା ପୂର୍ବରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ବାଚନ କମିଶନଙ୍କ ନିୟମ ଅନୁଯାୟୀ ସମସ୍ତ ସରକାରୀ କର୍ମଚାରୀ ଅଧିକାରୀମାନେ କୌଣସି ରାଜନୈତିକ କାର୍ଯ୍ୟକ୍ରମ ଯୋଗ ଦେଇ ପାରିବେ ନାହିଁ ବୋଲି ଚିଠିରେ ଉଲ୍ଲେଖ କରାଯାଇଥିଲା । ଏହାର ଖିଲାପି ଯୋଗୁଁ ଜିଲ୍ଲା ମୂଖ୍ୟ ନିର୍ବାଚନ ଅଧିକାରୀ ତାଙ୍କୁ ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କରିଛନ୍ତି । Post navigation ପଦ୍ମ ଧରିଲେ ଅଜୟ ନାୟକ ଉତ୍କଳ କେଶରୀ ପରିଡ଼ାଙ୍କୁ ଭେଟିଲେ ଜୟ ପଣ୍ଡା