ଫେବ୍ରୁଆରୀରୁ ମାଡ଼ି ଆସିଲାଣି ଗ୍ରୀଷ୍ମ ପ୍ରବାହ। ଫେବ୍ରୁଆରୀ ଆରମ୍ଭରୁ ପାରଦ ଉପରମୁହାଁ। ବର୍ତ୍ତମାନ ରାଜ୍ୟରେ ମେଘମୁକ୍ତ ଆକାଶ ରହୁଥିବାରୁ ତାପମାତ୍ରା ବୃଦ୍ଧି ପାଉଛି। ଅଚାନକ ଉପରମୁହାଁ ହେବା ସହ ପାରଦ ଡେଇଁଲାଣି ୩୬ ଡିଗ୍ରୀ। ସକାଳ ୧୦ଟାରୁ ଅସମ୍ଭାଳ ହେଉଛି ତାତି ଅନୁଭୂତ ହୋଇଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଆହୁରି ତାପମାତ୍ରା ବଡିବ। ତାପମାତ୍ରା ବୃଦ୍ଧି ସହ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିବ। ୧୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଗତକାଲି ବଲାଙ୍ଗିର ସବୁଠୁ ଉତ୍ତପ୍ତ ସହର ପାଲଟି ୩୬.୭ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ରାଜଧାନୀରେ ମଧ୍ୟ ବଢ଼ିଛି ପାରଦ। ଭୁବନେଶ୍ବରରେ ୩୪.୯ ଡିଗ୍ରୀ ଏବଂ କଟକରେ ୩୩ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଟିଟିଲାଗଡ଼ରେ ୩୬, ପାରଳାଖେମୁଣ୍ଡିରେ ୩୫.୮, ଝାରସୁଗୁଡ଼ାରେ ୩୫.୬, ସମ୍ବଲପୁରରେ ୩୫.୧ ଓ ଭବାନୀପାଟଣାରେ ୩୫ ଡିଗ୍ରୀ ରେକର୍ଡ ହୋଇଛି ।

Leave a Reply

Your email address will not be published. Required fields are marked *