ଜମ୍ମୁ-କାଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସାଉଦି ଆରବର ନିଜର ଦୁଇ ଦିନିଆ ସାଉଦି ଆରବ ଗସ୍ତକୁ ଅଧାରେ ଛାଡି ସ୍ୱଦେଶ ଫେରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଜି ସକାଳୁ ସାଉଦି ଆରବରୁ ଆସି ଦିଲ୍ଲୀ ପହଞ୍ଚିବା ପରେ ପହଲଗାମ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପରିସ୍ଥିତିର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ। ବିମାନବନ୍ଦରରେ ଅବତରଣ କରିବା ମାତ୍ରେ ସେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ଓ ବୈଦେଶିକ ସଚିବଙ୍କ ସହିତ ଏକ ଜରୁରୀକାଳୀନ ବୈଠକ କରିଥିଲେ ଏବଂ ସମଗ୍ର ପରିସ୍ଥିତିର ସମୀକ୍ଷା କରିଛନ୍ତି। ଏହି ଆକ୍ରମଣକୁ ଗମ୍ଭୀରତାର ସହ ନେଇ ପ୍ରଧାନମନ୍ତ୍ରୀ ମୋଦୀ ଅଧିକାରୀମାନଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଯେ ଆତଙ୍କବାଦର ମୁକାବିଲା ପାଇଁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନିଆଯିବା ଉଚିତ ଏବଂ ଆହତମାନଙ୍କୁ ତୁରନ୍ତ ସମସ୍ତ ପ୍ରକାରର ସାହାଯ୍ୟ ଯୋଗାଇ ଦିଆଯିବା ଉଚିତ। ଏହି ଆତଙ୍କବାଦୀ ଆକ୍ରମଣ ଯୋଗୁଁ, ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କର ଦୁଇ ଦିନିଆ ସାଉଦି ଆରବ ଗସ୍ତକୁ ଅଧାରେ ଛାଡି ସ୍ୱଦେଶ ଫେରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଧାନମନ୍ତ୍ରୀ ସାଉଦି ଆରବ ଦ୍ୱାରା ଆୟୋଜିତ ସରକାରୀ ରାତ୍ରୀଭୋଜନରେ ଯୋଗ ଦେଇ ନଥିଲେ । ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା କରିଥିଲେ ଏବଂ କହିଥିଲେ ଯେ ଆତଙ୍କବାଦୀମାନଙ୍କୁ ଛଡ଼ାଯିବ ନାହିଁ। ମୁଁ ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଦୃଢ଼ ନିନ୍ଦା କରୁଛି। ଯେଉଁମାନେ ସେମାନଙ୍କର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୁଁ ମୋର ସମବେଦନା ପ୍ରକାଶ କରୁଛି। ଆହତ ଲୋକଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି। ପ୍ରଭାବିତ ଲୋକଙ୍କୁ ସମସ୍ତ ପ୍ରକାରର ସାହାଯ୍ୟ ଯୋଗାଇ ଦିଆଯାଉଛି। ସେ ଆଉ ମଧ୍ୟ କହିଛନ୍ତି, ଏହି ଘୃଣ୍ୟ କାର୍ଯ୍ୟ ପଛରେ ଥିବା ଲୋକଙ୍କୁ ନ୍ୟାୟ ଦିଆଯିବ । ସେମାନଙ୍କୁ ଛଡ଼ାଯିବ ନାହିଁ। ସେମାନଙ୍କର ଘୃଣ୍ୟ ଏଜେଣ୍ଡା କେବେ ସଫଳ ହେବ ନାହିଁ। ଆତଙ୍କବାଦ ବିରୋଧରେ ଲଢ଼ିବା ପାଇଁ ଆମର ସଂକଳ୍ପ ଦୃଢ଼ ଏବଂ ଏହା ଆହୁରି ଦୃଢ଼ ହେବ। ସୂଚନା ଯୋଗ୍ୟ;ଗତକାଲି ଜମ୍ମୁ ଓ କାଶ୍ମୀରର ଅନନ୍ତନାଗ ଜିଲ୍ଲାର ପହଲଗାମ ହିଲ ଷ୍ଟେସନରେ ଆତଙ୍କବାଦୀମାନେ ଏକ ପର୍ଯ୍ୟଟକ ଦଳ ଉପରେ ଆକ୍ରମଣ କରିଥିଲେ । ଏହି ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । Post navigation କାଶ୍ମୀର ପହେଲଗାମରେ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିନ୍ଦା ପହଲଗାମ୍ ଆତଙ୍କୀ ଆକ୍ରମଣ ଘଟଣା; ଶାହଙ୍କ ସହ କଥା ହେଲେ ରାହୁଲ ଗାନ୍ଧୀ