ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତିପୀଠ। ଓଡିଶାର ଜନସାଧାରଣଙ୍କ ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର।
ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ ଶକ୍ତି ପୀଠସ୍ତବ ଏବଂ ବାମନ ପୁରାଣରେ ମଧ୍ୟ ମା’ ବିରଜାଙ୍କ ସମ୍ପର୍କରେ ବର୍ଣ୍ଣନା ରହିଛି। ନାଭିଗୟା ଭାବରେ ବିରଜା ପୀଠର ପ୍ରସିଦ୍ଧି ରହିଛି। ମା’ ବିରଜାଙ୍କ ପ୍ରତି ସାରା ଓଡିଶାର ଜନସାଧାରଣଙ୍କର ପ୍ରଗାଢ ଭକ୍ତି ଓ ନିଷ୍ଠା ରହିଛି।ଏହି ପ୍ରାଚୀନ ପ୍ରସିଦ୍ଧ ଶକ୍ତିପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ମଞ୍ଜୁର କରାଯାଇଥିବା ପ୍ରକଳ୍ପ ଗୁଡିକ ଜାରି ରହିଛି। ଏହା ସହିତ ମନ୍ଦିରର ସର୍ବାଙ୍ଗୀନ ବିକାଶ ପାଇଁ ଆବଶ୍ୟକ ପଡିଲେ ନୂତନ ପ୍ରକଳ୍ପ ମଧ୍ୟ କାର୍ଯ୍ୟକାରୀ କରାଯିବ।

ବିରଜା ମନ୍ଦିର ଓ ପାରିପାର୍ଶ୍ୱିକ ଉନ୍ନୟନ ପାଇଁ ଯେଉଁ ସବୁ ପ୍ରକଳ୍ପ ହାତକୁ ନିଆ ଯାଇଛି, ସେ ସବୁ ପ୍ରକଳ୍ପ ଠିକ୍ ସମୟରେ ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

By Nirvay

Leave a Reply

Your email address will not be published. Required fields are marked *