ବ୍ରହ୍ମପୁର-ଟାଟାନଗର ମଧ୍ୟରେ ଚଳାଚଳ ହେବାକୁଥିବା ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସନ୍ତାକାଲି ବ୍ରହ୍ମପୁର ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଆଜି ଓ ଆସନ୍ତାକାଲି ବିଇଏମସି କର୍ମଚାରୀଙ୍କ ଛୁଟି ବାତିଲ କରାଯିବା ସହ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ପ୍ରସ୍ତୁତି ଆରମ୍ଭ କରାଯାଇଛି ।

ସୂଚନା ଯୋଗ୍ୟ ଯେ, ଆସନ୍ତା କାଲି ୧୫ ତାରିଖରେ ଦେଶର ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଦେଶରେ ୧୦ଟି ନୂତନ ବନ୍ଦେ ଭାରତ ଟ୍ରେନ ଚଳାଚଳର ଶୁଭାରମ୍ଭ ହେଉଛି। ତନ୍ମଧ୍ୟରୁ ଓଡିଶା ମଧ୍ୟରେ ୩ଟି ଟ୍ରେନ ଚଳାଚଳ କରିବ । ଏହି ଟ୍ରେନ ଗୁଡିକ ହେଲା ଟାଟା-ବ୍ରହ୍ମପୁର ବନ୍ଦେ ଭାରତ,ରାଉରକେଲା-ହାୱଡା ବନ୍ଦେ ଭାରତ ଏବଂ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ।

Leave a Reply

Your email address will not be published. Required fields are marked *