ପ୍ରଧାମନ୍ତ୍ରୀଙ୍କ ପରେ ଏବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବିଶାଳ ରୋଡ ସୋ’କରିବାକୁ ଯାଉଛନ୍ତି। ୧୬ତାରିଖରେ ରାଜଧାନୀରେ ରୋଡ ସୋ’ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୋଡ ସୋ’ ପାଇଁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି ପୋଲିସ । ଏନେଇ ସୂଚନା ଦେଇଛନ୍ତି ଡିସିପି ପ୍ରତୀକ ସିଂ । ଗଙ୍ଗନଗର ଛକରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀଙ୍କ ରୋଡ ସୋ’ । ଗୋପବନ୍ଧୁ ଛକ, ଡିଏଭି ଛକ, ଏଚଡିଏଫସି ବ୍ୟାଙ୍କ ଛକ, ନୂଆ ସାହି, ବେହେରା ସାହି, ନିକ୍କୋ ପାର୍କ ଛକ ଓ ବାୟାବାବା ମଠ ଦେଇ ରୂପାଲି ଛକ ପର୍ଯ୍ୟନ୍ତ ଚାଲିବ ମୁଖ୍ୟମନ୍ତ୍ରୀଙ୍କ ରୋଡ ସୋ’ ।

ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ସୋ’ ବେଳେ ବ୍ୟାରିକେଡ଼ିଂ ବ୍ୟବସ୍ଥା କରାଯିବ। ସେହି ସମୟରେ ଲକ୍ଷାଧିକ ଲୋକ ଏକାଠି ହେବାକୁ ଥିବାରୁ କର୍ଡନ ଉପରେ ଅଧିକ ଗୁରୁତ୍ୱ ଦିଆଯିବ। ରୋଡ୍‌ ସୋ’ ସମୟରେ ସିନିୟର ପୁଲିସ ଅଫିସର ମାନେ ଉପସ୍ଥିତ ରହିବେ। ଉଚ୍ଚ ବିଲ୍ଡିଂ ମାନଙ୍କରେ ସୁରକ୍ଷାକର୍ମୀ ମଧ୍ୟ ନିୟୋଜିତ ରହିବେ ବୋଲି ଭୁବନେଶ୍ବର ଡ଼ିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *