ଅସହ୍ୟ ତାତିରେ କଲବଲ ରାଜ୍ୟବାସୀ। ଦିନକୁ ଦିନ ରାଜ୍ୟରେ ବଢିଚାଲିଛି ତାପମାତ୍ରା। ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଅସହ୍ୟ ଗୁଳୁଗୁଳି ସହ ତାତି ଅନୁଭୂତ ହେଉଛି। ଆସନ୍ତା ଦୁଇ ଦିନ ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବିଭିନ୍ନ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଟପିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ରାଜ୍ୟରେ ଦିନ ତାପମାତ୍ରାରେ ପାରଦ ଉପରମୁହାଁ ହେଉଥିବାବେଳେ ରାତି ତାପମାତ୍ରାରେ ପାରଦ ସାମାନ୍ୟ ତଳମୁହାଁ ହୋଉଛି। ଆଭ୍ୟନ୍ତରୀଣ ଓଡ଼ିଶାର ୬ ଜିଲ୍ଲା ପାଇଁ ସତର୍କତା ଜାରି କରିଛି କେନ୍ଦ୍ର । ୧୩ ତାରିଖ ରେ ୭ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ ବରଗଡ଼ କୁ ୟେଲୋ ୱାର୍ଣିଂ ଜାରି । ୧୪ ତାରିଖ ଓ ୧୫ ତାରିଖ ରେ ପ୍ରବଳ ଖରା ନେଇ ୮ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଅନୁଗୁଳ ଓ ବରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । Post navigation ୩୯.୫ ଡିଗ୍ରୀ ସହ ବୌଦ୍ଧ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଆସନ୍ତା ୨୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ