ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ପୁରୁଷ ହକି ଟିମ୍‌। କଳିଙ୍ଗ ଷ୍ଟାଡିୟମରେ ଭାରତୀୟ ହକି ଟିମ୍‌କୁ ସ୍ବାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରହିଛି । ଆସନ୍ତା କାଲି ଅପରାହ୍ନରେ ଭାରତୀୟ ପୁରୁଷ ହକି ଟିମ୍‌କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରସ୍କାର ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି ।

ସୂଚନା ମୁତାବକ; ଭାରତୀୟ ହକି ଟିମ୍‌ର ପ୍ରାୟୋଜକ ରହିଛି ଓଡ଼ିଶା । ଚାଳିତ ବର୍ଷ ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିବା ପରେ ଭାରତୀୟ ହକି ଟିମ୍ ଆସନ୍ତା କାଲି ଓଡ଼ିଶା ଆସୁଛନ୍ତି । ଆସନ୍ତାକାଲି ୧୨ଟା ୩୦ ମିନିଟ୍ ସମୟରେ ଭୁବନେଶ୍ୱରରେ ପହଞ୍ଚିବେ । ଏୟାରପୋର୍ଟରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯିବ। ପରବର୍ତ୍ତୀ ସମୟରେ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ବ୍ୟକ୍ତିବିଶେଷଙ୍କ ଉପସ୍ଥିତିରେ ସେମାନଙ୍କୁ ସମ୍ବର୍ଦ୍ଧନା ସହ ରାଜ୍ୟ ସରକାର ଘୋଷଣା କରିଥିବା ପୁରସ୍କାର ରାଶି ପ୍ରଦାନ କରାଯିବ।

Leave a Reply

Your email address will not be published. Required fields are marked *