ଦୀଘା ମନ୍ଦିରକୁ ଜଗନ୍ନାଥ ଧାମ କହିବା ମନ୍ତବ୍ୟକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଓଡ଼ିଶା ସରକାରଙ୍କ ତଦନ୍ତ ନିର୍ଦ୍ଦେଶକୁ ପଶ୍ଚିମବଙ୍ଗ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ସ୍ବାଗତ କରିଛନ୍ତି । ସେ କହିଛନ୍ତି ବଳକା ନବକଳେବର ଦାରୁ ବ୍ୟବହାର ଜଗନ୍ନାଥ ସଂସ୍କୃତି ପ୍ରତି ଘୋର ଅପମାନ ।ନିମ୍ନସ୍ତରକୁ ଖସି ଯାଇଛନ୍ତି ପଶ୍ଚିମବଙ୍ଗ ସରକାର । ଦୀଘା ମନ୍ଦିରକୁ ଜଗନ୍ନାଥ ଧାମ ସାଂସ୍କୃତିକ କେନ୍ଦ୍ର ଭାବେ ଉପସ୍ଥାପନ କରିଛନ୍ତି । ଭକ୍ତଙ୍କୁ ଭ୍ରମିତ କରିବାକୁ ସରକାର ପଶ୍ଚିମବଙ୍ଗ ସରକାର ଏପରି କରିଛନ୍ତି । ସେ ଆଉ ମଧ୍ୟ କହିଛନ୍ତି ପଶ୍ଚିମବଙ୍ଗ ସରକାରଙ୍କ ଦୋମୁହଁ ନୀତିର ପର୍ଦ୍ଦାଫାସ ହେବା ଉଚିତ୍ । ସାରା ଭାରତ ଓ ବିଶ୍ବରେ ଜଗନ୍ନାଥଙ୍କ ମନ୍ଦିର ରହିଛି, ସେଗୁଡ଼ିକ ଧାମ ନୁହନ୍ତି । ଏକ ନୂଆ ଢାଞ୍ଚା ନିର୍ମାଣ କରି ଏହାକୁ ଧାମ ଭାବେ ନାମିତ କରାଯାଇପାରିବ ନାହିଁ । ରାମକୃଷ୍ଣ ଦାସମହାପାତ୍ରଙ୍କ ଭୂମିକା ଉପରେ ବିଚାର ଆବଶ୍ୟକ । ତାଙ୍କ କାର୍ଯ୍ୟ ଜଗନ୍ନାଥ ସଂସ୍କୃତି ପ୍ରତି ଘୋର ଅପମାନ ଆଣିଛି । ପଦବୀର ଅପବ୍ୟବହାର କରି ଭକ୍ତଙ୍କ ବିଶ୍ବାସକୁ କ୍ଷୁର୍ଣ୍ଣ କରିଛନ୍ତି । Post navigation ଦୀଘା ଜଗନ୍ନାଥ ମନ୍ଦିର ବିବାଦ; ରାମକୃଷ୍ଣ ଦାସମହାପାତ୍ରଙ୍କୁ ପଚରାଉଚରା ଗଞ୍ଜମ ପୋଲିସର ସ୍ୱତନ୍ତ୍ର ଡ୍ରାଇଭ : ୧୭ ବନ୍ଧୁକ ଜବତ ସହ ୧୮ ଜଣ ଗିରଫ