ଶ୍ରୀମନ୍ଦିରରେ ରୋଷେଇରେ ଲୁହା କଡ଼େଇ ବ୍ୟବହାର ନେଇ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଶ୍ରୀମନ୍ଦିର ପ୍ରଶାସନ । ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ଶ୍ରୀମନ୍ଦିର ପ୍ରଶାସନ ।  ୩ ସୁପକାରଙ୍କୁ ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ପ୍ରବେଶ ନିଷିଦ୍ଧ କରାଯାଇଥିବା ବେଳେ ଜଣେ ପାଳିଆ ସେବକ ମହାପ୍ରଭୁଙ୍କ ସେବାପୂଜାରୁ ନିଲମ୍ବିତ କରାଯାଇଥିବା ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ । ସେ କହିଛନ୍ତି ମହାପ୍ରଭୁଙ୍କ ସେବାରେ ପରମ୍ପରା ବହିର୍ଭୂତ କାର୍ଯ୍ୟ ବରଦାସ୍ତ କରାଯିବନି । ଏହା ସହ ସମସ୍ତଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କଲା ଶ୍ରୀମନ୍ଦିର ପ୍ରଶାସନ ।

Leave a Reply

Your email address will not be published. Required fields are marked *