ରତ୍ନଭଣ୍ଡାର ଖୋଲାଯିବା ନେଇ ଆଜି ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ଏନେଇ ନିଷ୍ପତି ସରିଛି । ମୋଡାଲିଟି ପ୍ରସ୍ତୁତ କରାଯିବା ସହ ଦିନେ ଦୁଇ ଦିନ ମଧ୍ୟରେ ତାରିଖ ଘୋଷଣା ହେବ । ଏନେଇ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ମଧ୍ୟ ପ୍ରକାଶ କରାଯିବ । ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମରେ ରତ୍ନଭଣ୍ଡାର ଖୋଲିବା ନେଇ ଯେଉଁ ତାରିଖ ଚାଲୁଛି ଏହା ଏକ ଗୁଜବ, ଏହି ଗୁଜବକୁ ଲୋକେ ବିଶ୍ବାସ ନକରନ୍ତୁ ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଅପିଲ କରିଛନ୍ତିା

ସୂଚନା ମୁତାବକ ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ୭ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି । ରଥଯାତ୍ରା ପରଦିନ ଅର୍ଥାତ ଜୁଲାଇ ୮ରୁ ଆରମ୍ଭ ହୋଇପାରେ ରତ୍ନଭଣ୍ଡାର ଗଣତି। ମିଳିଥିବା ସୂଚନା ଅନୁସାରେ, ୮ରୁ ୨୭ ତାରିଖ ୨୦ ଦିନ ଧରି ଚାଲିପାରେ ଗଣତି ମଣତି କାମ। ଏହାପୂର୍ବରୁ ୫ ତାରିଖରେ ବସିପାରେ ରତ୍ନଭଣ୍ଡାର ତଦାରଖ କମିଟି ବୈଠକ। ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ଅରିଜିତ୍ ପଶାୟତ ତା ପୂର୍ବଦିନ ଅର୍ଥାତ୍ ଜୁଲାଇ ୪ ତାରିଖରେ ଓଡିଶା ଆସିବା କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *