ବନ୍ଦ ଘରୁ ନାବାଳିକାର ମୃତଦେହ ଉଦ୍ଧାର ପରେ ରାଜଧାନୀରେ ଚାଞ୍ଚଲ୍ୟ ଖେଳିଯାଇଛି। ଏଭଳି ଘଟଣା ଘଟିଛି ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଥାନା ଶ୍ରୀରାମ ନଗର ବସ୍ତିରେ। ମୃତ ନାବାଳିକର ଘର ଉତ୍ତରପ୍ରଦେଶରେ ବୋଲି ଜଣାପଡିଛି। ନାବାଳିକା ଜଣଙ୍କ ଶ୍ରୀରାମ ନଗର ବସ୍ତିର ଜଣେ ମହିଳାଙ୍କ ଘରେ ରହୁଥିଲେ। ଆଜି ସକାଳେ ତାଙ୍କ ଝୁଲନ୍ତା ମୃତଦେହ ବନ୍ଦଘରୁ ଉଦ୍ଧାର କରାଯାଇଥିଲା। ତେବେ ସେ ଆତ୍ମହତ୍ୟା କରିଥିବା ସମ୍ପୃକ୍ତ ମହିଳା ଅଭିଯୋଗ କରିଛନ୍ତି।

 

Leave a Reply

Your email address will not be published. Required fields are marked *