ନୂଆ ମନ୍ତ୍ରିମଣ୍ଡଳରେ ସାମିଲ ହେବା ନେଇ ଲାଗିଲା ମୋହର । ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ବୁଧବାର ୧୬ଜଣ ଶପଥ ନେବେ। ଏହି ୧୬ ଜଣଙ୍କ ନାଁରେ ମୋହର ମାରିଛନ୍ତି ରାଜ୍ୟପାଳ ରଘୁବର ଦାସ।

ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେବେ। ସେହିପରି ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଇ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ ଶପଥ ନେବେ।

କ୍ୟାବିନେଟ ମନ୍ତ୍ରୀ ଭାବେ ସୁରେଶ ପୂଜାରୀ, ରବି ନାରାୟଣ ନାୟକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ଡ. ମୁକେଶ ମହାଲିଙ୍ଗ, ବିଭୂତି ଭୂଷଣ ଜେନା ଓ ଡ. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ମୋହର ମରାଯାଇଛି ।

ସେହିପରି ରାଷ୍ଟ୍ରମନ୍ତ୍ରୀ ସ୍ବାଧୀନ ଭାବେ ଗଣେଶ ରାମ ସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସମାନ୍ତ, ଗୋକୁଳାନନ୍ଦ ମଲ୍ଲିକ ଓ  ସମ୍ପଦ ସ୍ବାଇଁଙ୍କ ନାଁ ସାମିଲ୍ କରାଯାଇଛି।

Leave a Reply

Your email address will not be published. Required fields are marked *