ଓଡ଼ିଶାରେ ପ୍ରଥମଥର ପାଇଁ ଭାଜପାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝି। ଭୁବେନଶ୍ୱରସ୍ଥିତ ଜନତା ମଇଦାନରେ ଆୟୋଜିତ ଶପଥ ପାଠ ସମାରୋହରେ ମୋହନଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ। ସେହିପରି ଉପମୁଖ୍ୟମନ୍ତ୍ରୀ ଭାବେ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ଶପଥ ନେଇଛନ୍ତି।

ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ୮ ଜଣ କ୍ୟାବିନେଟ୍‌ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି । କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୁତି ଜେନା, କୃଷ୍ଣଚନ୍ଦ୍ର ମହାପାତ୍ର ଶପଥ ନେଇଛନ୍ତି । ସେହିପରି ରାଷ୍ଟ୍ରମନ୍ତ୍ରୀ ଭାବେ ୫ ଜଣ ଶପଥ ନେଇଛନ୍ତି । ଗଣେଶ ରାମସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ, ସଂପଦ ସ୍ବାଇଁ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।

ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଅମିତ ଶାହା, ନୀତିନ ଗଡକରୀ, ରାଜନାଥ ସିଂହ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେପି ଶାସିତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ସାମିଲ ହେଇଥିଲେ ।

Leave a Reply

Your email address will not be published. Required fields are marked *