ଭୁବନେଶ୍ୱର: ଆଜି ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରୁ ୬ଟି ଲୋକସଭା ଆସନରେ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ ଏହି ଚତୁର୍ଥ ପର୍ଯ୍ୟାୟର ଭୋଟିଂ ପ୍ରକ୍ରିୟା ଜୁନ ୧ରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଜାରି ରହିବ । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡା ଓ ଜଗତସିଂହପୁର ଜିଲ୍ଲାରେ ଏହି ମତଦାନ ଜୁନ ୧ରେ କରାଯିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ବିଜ୍ଞପ୍ତିକୁ ପ୍ରକାଶ କରିଛନ୍ତି ଭାରତର ନିର୍ବାଚନ କମିସନ୍।

ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ଆଜିଠୁ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ହୋଇପାରିବ । ୧୫ ତାରିଖରେ ନାମାଙ୍କନ ଯାଞ୍ଚ ହେବ ଏବଂ ୧୭ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ । ସେହିପରି ମୋଟ୍ ୪୨ଟି ବିଧାନସଭା ନିର୍ବାଚନ ମଣ୍ତଳୀରେ ଜୁନ୍ ୧ ତାରିଖରେ ମତଦାନ ହେବ ।

Leave a Reply

Your email address will not be published. Required fields are marked *