ଆଜି ପୁଣି ଖୋଲିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର । ଆଜି ଅପରାହ୍ଣ ୨ଟାରେ ପୁଣି ଶ୍ରୀମନ୍ଦିର ରନ୍‌ଭଣ୍ଡାର ଖୋଲାଯାଇଛି। ଜଉମୁଦ ଦେଇ ବନ୍ଦ କରାଯାଇଥିବା ରତ୍ନଭଣ୍ଡାରରୁ ଖାଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର ହୋଇଛି । ଶ୍ରୀମନ୍ଦିର ରତ୍ନଭଣ୍ଡାରରୁ ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମକୁ ସ୍ଥାନାନ୍ତର ହେଉଛି ଖାଲି ସିନ୍ଦୁକ ଓ ଆଲମିରା । ଏହି ଶ୍ରୀମନ୍ଦିର ରତ୍ନ ଭଣ୍ଡାରରେ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ଉପସ୍ଥିତରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇଛି। ଏହି ସ୍ଥାନାନ୍ତର ସରିବା ଯାଏ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଆନନ୍ଦ ବଜାରରୁ ଭକ୍ତମାନେ ମହାପ୍ରସାଦ କିଣିପାରିବେ।

 

 

Leave a Reply

Your email address will not be published. Required fields are marked *