କାଲିଠୁ ୪ ଦିନ ବନ୍ଦ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ।କାଲିଠୁ ୩ ତାରିଖ ପର୍ଯ୍ୟନ୍ତ ରତ୍ନଭଣ୍ତାର ମରାମତି ତଥା ସଂରକ୍ଷଣ କାମ ବନ୍ଦ ରହିବ। ଖସାପଡ଼ାଲାଗି ଓ ବନକଲାଗି ନୀତି ପାଇଁ କାମ ବନ୍ଦ ରଖାଯିବ। ଏହା ସହ ଜଗନ୍ନାଥ ଚାହିଁଲେ ଅକ୍ଷୟ ତୃତୀୟା ବେଳକୁ ମରାମତି ଓ ସଂରକ୍ଷଣ ଶେଷ ହେବ ବୋଲି କହିଛନ୍ତି କାର୍ତ୍ତିକ ଦାସ ମହାପାତ୍ର। ତେଣୁ ୪ ଦିନ କାମ ବନ୍ଦ ରଖିବାକୁ ନିର୍ଦେଶ ଦିଆଯାଇଛି।

ଗତ ଡିସେମ୍ବର ମାସରୁ ରତ୍ନଭଣ୍ଡାର ମରାମତି ଆରମ୍ଭ ହୋଇଥିବା ବେଳେ, ଫେବ୍ରୁଆରୀ ମାର୍ଚ୍ଚ ଭିତରେ ସାରିବାକୁ ସ୍ଥିର ହୋଇଥିଲା। ଭିତର ରତ୍ନଭଣ୍ଡାରର ମରାମତି ପ୍ରାୟତଃ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। କିନ୍ତୁ ଏହି ସମୟ ଭିତରେ ସରିବ ନାହିଁ ବୋଲି ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ପୁରୀ ଜିଲ୍ଲାପାଳ ସ୍ପଷ୍ଟ କରିଛନ୍ତି । ଚଟାଣ ମରାମତି ଓ ଗ୍ରାଉଟିଂ ସରିଥିବା ବେଳେ କାନ୍ଥରେ ଖରାପ ପଥର ବଦଳାଇ ଲଗାଯାଇଛି ନୂଆ ପଥର । ବାହାର ରତ୍ନଭଣ୍ଡାର କାନ୍ଥରେ ଚୂନ ଛଡ଼ା ଯାଉଛି । ଅନ୍ୟପଟେ ମରାମତି ଅତି ଗୁରୁତ୍ୱପୂର୍ଣ୍ଣ କାମ ହୋଇଥିବାରୁ ବିଳମ୍ବ ହେଉ ପଛେ ଠିକ୍ ଭାବରେ କାମ କରାଯାଉଛି ବୋଲି ଏଏସ୍ଆଇ ଅଧୀକ୍ଷକ କହିଛନ୍ତି ।

Leave a Reply

Your email address will not be published. Required fields are marked *