କାଲିଠାରୁ ପୁଣି ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାରର ଗଣତି ଆରମ୍ଭ। ଦ୍ବିତୀୟ ପର୍ଯ୍ୟାୟରେ ରତ୍ନଭଣ୍ଡାର ଗଣତିମଣତି କାଲିଠାରୁ ଆରମ୍ଭ ହୋଇ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହା ପରେ ୧୩ ତାରିଖ ଓ ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ଗଣତି ।

ସେହିପରି ଗଣତି ପ୍ରକ୍ରିୟା ଚାଲୁ ରହିଥିବା ସମୟରେ କଡ଼ା ସୁରକ୍ଷା ଦୃଷ୍ଟିରୁ ସର୍ବସାଧାରଣଙ୍କ ନିମନ୍ତେ ଉକ୍ତ ଦିନମାନଙ୍କରେ ଦର୍ଶନ ବ୍ୟବସ୍ଥା ଭିତର କାଠ ନିକଟରୁ ବନ୍ଦ ରଖାଯାଇ କେବଳ ବାହାର କାଠ ନିକଟରୁ କରାଯିବ। ଏଣୁ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଗଣତି କାର୍ଯ୍ୟରେ ପୂର୍ବୋପରି ପୂର୍ଣ୍ଣ ସହଯୋଗ ନିମନ୍ତେ ନିବେଦନ କରିଛନ୍ତି ମୁଖ୍ୟ ପ୍ରଶାସକ ।

ସୂଚନାଥାଉକି, ଏହା ପୂର୍ବରୁ ମାର୍ଚ୍ଚ ୨୫ ତାରିଖରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଆଧାରରେ ରତ୍ନଭଣ୍ଡାର ଅଳଙ୍କାର ଓ ମୂଲ୍ୟବାନ ସାମଗ୍ରୀର ଗଣତି କାର୍ଯ୍ୟ ଆରମ୍ଭ ହୋଇଥିଲା। ଜଷ୍ଟିସ୍ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ସ୍ବତନ୍ତ୍ର ଟିମ୍ ମନ୍ଦିର ଭିତରେ ରତ୍ନ ଅଳଙ୍କାର ଗଣତି କରିଥିଲେ। ଗଣତି ମଣତିର ସମ୍ପୂର୍ଣ୍ଣ ପ୍ରକ୍ରିୟାର ଭିଡିଓଗ୍ରାଫି, ଫଟୋଗ୍ରାଫି ଓ ଥ୍ରୀଡି ମ୍ୟାପିଂ କରାଯାଇଥିଲା।

Leave a Reply

Your email address will not be published. Required fields are marked *