ରାଜ୍ୟରେ ଆସନ୍ତାକାଲି ପଡ଼ିବ ତୃତୀୟ ପର୍ଯ୍ୟାୟ ଭୋଟ୍ । ଦେଶର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୫୮ଟି ଆସନରେ ହେବ ମତଦାନ । ଭୋଟରଙ୍କ ହାତରେ ୪୪୭ ପ୍ରାର୍ଥୀଙ୍କ ଭାଗ୍ୟ । ଆସନ୍ତାକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ । ସକାଳ ୭ଟାରୁ ଆରମ୍ଭ ହେବ ମତଦାନ ।

ତୃତୀୟ ପର୍ଯ୍ୟାୟରେ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଏହି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ଆସନ ପାଇଁ ମତଦାନ ହେବ। ଏହି ପର୍ଯ୍ୟାୟରେ ପ୍ରାୟ ସବୁ ସିଟରେ ବିଗ୍ ଫାଇଟ୍ ଦେଖିବାକୁ ମିଳିବ।

ତୃତୀୟ ପର୍ଯ୍ୟାୟ ମତଦାନ ଲାଗି ରାଜ୍ୟରେ ମୋଟ୍ ୧୦ହଜାର ୫୫୧ ବୁଥ୍ କରାଯାଇଛି। ଏଥିରୁ ୨୦ ପ୍ରତିଶତ ବୁଥ୍ ସମ୍ବେଦନଶୀଳ। ୨ ହଜାର ମଡେଲ ବୁଥ୍ ରହିଛି। ମତାଧିକାର ସାବ୍ୟସ୍ତ କରିବେ ୯୪ ଲକ୍ଷରୁ ଅଧିକ ଭୋଟର। ଏମାନଙ୍କ ଭିତରେ ଅଛନ୍ତି ୪୮ ଲକ୍ଷରୁ ଅଧିକ ପୁରୁଷ ଓ ୪୬ ଲକ୍ଷରୁ ଅଧିକ ମହିଳା ମତଦାତା।

୬ ସଂସଦୀୟ କ୍ଷେତ୍ର ପାଇଁ ରଣାଙ୍ଗନାରେ ୬୪ ପ୍ରାର୍ଥୀ ଅଛନ୍ତି। ୪୨ ବିଧାନସଭା ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ୩୮୩ ପ୍ରାର୍ଥୀ। ତୃତୀୟ ପର୍ଯ୍ୟାୟ ନିର୍ବାଚନର ମତଦାନ ପ୍ରକ୍ରିୟାକୁ ସୁରଉଖୁରରେ ସମ୍ପାଦନ ପାଇଁ ପ୍ରାୟ ୭୦ ହଜାର ପୋଲିଂ କର୍ନଚାରୀ ନିୟୋଜିତ ହୋଇଛନ୍ତି । ଶାନ୍ତିଶୃଙ୍ଖଳାରେ ନିର୍ବାଚନ ପାଇଁ ମୁତୟନ ହେବେ ୧୨୧ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ଫୋର୍ସ ।

Leave a Reply

Your email address will not be published. Required fields are marked *