ଅବପାତରେ ପରିଣତ ହେଲା ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ।  ପାରାଦୀପ ଠାରୁ ୭୩୦ କିମି ଦକ୍ଷିଣ-ଦକ୍ଷିଣ-ପୂର୍ବରେ କେନ୍ଦ୍ରୀଭୂତ ହୋଇଥିବା ବେଳେ ସାଗର ଦ୍ବୀପରୁ ୭୭୦ କିମି ଦୂରରେ ଏବେ ରହିଛି ଅବପାତ। ଆସନ୍ତାକାଲି ସୁଦ୍ଧା ଏହା ବାତ୍ୟାର ରୂପ ନେବ। ୨୪ ତାରିଖରେ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳ ଭାଗ ଛୁଇଁବ। ଏହା ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦ୍ବୀପ ମଧ୍ୟରେ ସ୍ଥଳ ଭାଗ ଅତିକ୍ରମ କରିବ। ୨୪ ରାତି କିମ୍ବା ୨୫ ସକାଳ ଲ୍ୟାଣ୍ଡଫଲ କରିବ ଭୀଷଣ ବାତ୍ୟା ଦାନା ।

ଆଜି ରାତିଠାରୁ ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ମଧ୍ୟ ବଢ଼ିବାର ସମ୍ଭାବନା ରହିଛି । ତେବେ ଲ୍ୟାଣ୍ଡଫଲ୍ ସମୟରେ ପବନର ବେଗ ୧୦୦ରୁ ୧୨୦ କି.ମି ରହିବା ଆକଳନ କରାଯାଇଛି । ଏହା ସହିତ ବର୍ଷାର ପରିମାଣ ମଧ୍ୟ ଅଧିକା ରହିବ । ବିଶେଷ କରି ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱର ଉପରେ ସିଧାସଳଖ ପ୍ରଭାବ ପଡ଼ିବାର ପୂର୍ବାନୁମାନ କରାଯାଇଛି ।

ଅନ୍ୟପକ୍ଷରେ ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ଘନ ଘନ ବୈଠକ କରିବା ସହିତ ଶୂନ୍ୟ ମୃତ୍ୟୁହାର ଉପରେ ଗୁରୁତ୍ୱ ଦେଇଛନ୍ତି । ୧୪ଟି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ବନ୍ଦ ରହିବା ସହିତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି ।

 

Leave a Reply

Your email address will not be published. Required fields are marked *