ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା-୨୦୨୫ ବିଜ୍ଞପ୍ତିରେ ସଂଶୋଧନ । OCS ପରୀକ୍ଷା ଆବେଦନ ଫର୍ମରେ ଯୋଡ଼ିହେଲା ‘ତୃତୀୟ ଲିଙ୍ଗ’ ବିକଳ୍ପ । ଓଡ଼ିଶା ଲୋକସେବା ଆୟୋଗଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି।

ଏହି ବର୍ଗର ପ୍ରାର୍ଥୀଙ୍କୁ ଓସିଏସଇ-୨୦୨୫ ପରୀକ୍ଷାରେ ସୁଯୋଗ ଦେବା ଲାଗି ପଞ୍ଜୀକରଣ ଓ ଆବେଦନ ଅବଧିକୁ ବୃଦ୍ଧି କରାଯାଇଛି। ୨୦ ତାରିଖ ପଞ୍ଜୀକରଣ ଅବଧି ଶେଷ ହେଉଥିବା ବେଳେ ଏହାକୁ ୨୭ ତାରିଖ ପର୍ୟ୍ୟନ୍ତ ବଢ଼ାଯାଇଛି। ମାର୍ଚ୍ଚ ୭ ତାରିଖକୁ ଆବେଦନର ଶେଷ ତାରିଖ ରଖାଯାଇଛି।

ତୃତୀୟ ଲିଙ୍ଗ ବର୍ଗର ପ୍ରାର୍ଥୀମାନଙ୍କୁ ସକ୍ଷମ କର୍ତ୍ତୃପକ୍ଷଙ୍କ ଦ୍ୱାରା ପ୍ରଦତ୍ତ ପରିଚୟ ପତ୍ର ବା ସାର୍ଟିଫିକେଟ୍ ଅପଲୋଡ୍ କରିବାକୁ ହେବ। ଯଦି ତୃତୀୟ ଲିଙ୍ଗ ମାନ୍ୟତା ପାଇବା ପରେ ପ୍ରାର୍ଥୀଙ୍କ ନାମରେ କୌଣସି ପରିବର୍ତ୍ତନ ହୋଇଥାଏ, ତେବେ ସେ ସମ୍ପର୍କିତ ଡକ୍ୟୁମେଣ୍ଟ ମଧ୍ୟ ଦାଖଲ କରିବା ଅନିର୍ବାର୍ଯ୍ୟ।

ସୂଚନା ଯୋଗ୍ୟ; ଭୁବନେଶ୍ୱର ଜଣେ ଟ୍ରାନ୍ସଜେଣ୍ଡର ଓପିଏସ୍ ପରୀକ୍ଷା ପାଇଁ ଆବେଦନ କରିବାକୁ ଚାହିଁ ମଧ୍ୟ ସଫଳ ହୋଇନଥିଲେ। ସୋନି ସିଲ୍‌ ନାମକ ଜଣେ ତୃତୀୟ ଲିଙ୍ଗ ପ୍ରାର୍ଥୀ OPSC ପରୀକ୍ଷା ଫର୍ମରେ ଉପଯୁକ୍ତ ବିକଳ୍ପ ନଥିବାରୁ ପାତରଅନ୍ତର ଅଭିଯୋଗ କରି ଏକ ପିଟିସନ ଦାଖଲ କରିଥିଲେ। ଏହାକୁ ଆଧାର କରି OHRC ରାଜ୍ୟ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗକୁ ଏହି ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଥିଲେ।

 

Leave a Reply

Your email address will not be published. Required fields are marked *