ରାଜ୍ୟରେ ଆରମ୍ଭ ହୋଇଛି ତୃତୀୟ ପର୍ଯ୍ୟାୟ ମତଦାନ । କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ମତଦାନ କରୁଛନ୍ତି ଭୋଟର । ରାଜ୍ୟରେ ୬ ଲୋକସଭା କଟକ, ଭୁବନେଶ୍ବର, ପୁରୀ, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ବି ହେଉଛି ଭୋଟ ଗ୍ରହଣ ।

୪୨ଟି ବିଧାନସଭା ଆସନରେ ହେଉଛି କୁଚିଣ୍ଡା, ରେଙ୍ଗାଲି, ସମ୍ବଲପୁର, ରେଢାଖୋଲ, ଦେବଗଡ଼, ତେଲକୋଇ, ଘଷିପୁରା, ଆନନ୍ଦପୁର, ପାଟଣା, କେନ୍ଦୁଝର, ଚମ୍ପୁଆ, କରଞ୍ଜିଆ, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଲଲହଡା, ତାଳଚେର, ଅନୁଗୁଳ, ଛେଣ୍ଡିପଦା, ଆଠମଲ୍ଲିକ, ବଡ଼ମ୍ବା, ବାଙ୍କି, ଆଠଗଡ଼, ବାରବାଟୀ କଟକ, ଚୌଦ୍ବାର, କଟକ, କଟକ ସଦର, ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଜୟଦେବ, ଭୁବନେଶ୍ବର ମଧ୍ୟ, ଭୁବନେଶ୍ବର ଉତ୍ତର, ଏକାମ୍ର ଭୁବନେଶ୍ବର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା, ଚିଲିକା, ରଣପୁର, ଖଣ୍ଡପଡ଼ା, ନୟାଗଡ଼ରେ ଭୋଟ୍ ଗ୍ରହଣ ହେଉଛି ।

ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ସମୁଦାୟ ୧୦ ହଜାର ୫୫୧ ବୁଥ୍ ହୋଇଛି । ଏଥିରୁ ୨୦ ପ୍ରତିଶତ ବୁଥ୍ ସମ୍ବେଦନଶୀଳ ରହିଛି । ଏହି ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୯୪ ଲକ୍ଷରୁ ଅଧିକ ଭୋଟର ମତଦାନ କରିବେ । ତନ୍ମଧ୍ୟରେ ୪୮ ଲକ୍ଷରୁ ଅଧିକ ପୁରୁଷ ଓ ୪୬ ଲକ୍ଷରୁ ଅଧିକ ମହିଳା ମତଦାତା ଅଛନ୍ତି।

ତେବେ ଫୋକସରେ ରାଜ୍ୟର ପ୍ରମୁଖ ସହର ଭୁବନେଶ୍ୱର, କଟକ ଓ ପୁରୀ ଓ ସମ୍ବଲପୁର ରହିଛି । ହେଭିୱେଟଙ୍କ ଭାଗ୍ୟ ପରୀକ୍ଷା ହେଉଛି । ମତଦାନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ହେଲ୍ପଡେସ୍କ କରାଯାଇ ସମସ୍ତ ସୂଚନା ଦିଆଯାଉଛି । ଶୃଙ୍ଖଳିତ ମତଦାନ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଭୋଟିଂ ପାଇଁ ଭୋଟର୍ କାର୍ଡ ଧରି ବୁଥ୍ ଅଭିମୁଖେ ଯାଉଛନ୍ତି ଭୋଟର୍ ।

 

By Nirvay

Leave a Reply

Your email address will not be published. Required fields are marked *