ଭୁବନେଶ୍ୱର ଆସନ୍ତା ମେ’୨୫ ଶନିବାର ରାଜ୍ୟରେ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ପୋଲିଂ ବୁଥକୁ ଯାଉଛନ୍ତି ପୋଲିଂ କର୍ମଚାରୀ । ଏହି ପର୍ଯ୍ୟାୟରେ ୬ ଲୋକସଭା ଓ ୪୨ଟି ବିଧାନସଭା କ୍ଷେତ୍ରରେ ହେବ ମତଦାନ ଗ୍ରହଣ କରାଯିବ । ମୋଟ ୯୪.୪୮ଲକ୍ଷ ଭୋଟର ମତଦାନ କରିବେ ବୋଲି ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ।
ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସନ୍ଧ୍ୟା ୬ଟାରେ ପ୍ରଚାର ଶେଷ ହେବ। ବୁଥ ଗୁଡିକ ସନ୍ଧ୍ୟା ପର୍ଯ୍ୟନ୍ତ ଖୋଲା ରହିବା ସହ ଶାନ୍ତିଶୃଙ୍ଖଳାରେ ମତଦାନ ପାଇଁ ବ୍ୟବସ୍ଥା କରାଯାଇଛି । ଭୋଟରମାନଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ମଧ୍ୟ କରାଯାଇଛି । ବିଶୃଙ୍ଖଳା ସୃଷ୍ଟି କରୁଥିବା ଲୋକଙ୍କୁ ଲୋକଙ୍କୁ ବୁଥ୍‌ ଭିତରକୁ ପ୍ରବେଶ କରିବାକୁ ଦିଆଯିବ ନାହିଁ। ଏହାକୁ ଦୃଷ୍ଟିରେ ରଖି କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ୬ଟି ଲୋକସଭା ଆସନରେ ମୋଟ ୬୪ଟି ଜଣ ପ୍ରାର୍ଥୀ ମଇଦାନରେ ରହିଛନ୍ତି । ସେହିପରି ବିଧାନସଭା ୪୨ଟି ଆସନରେ ୩୮୩ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି । ବରିଷ୍ଠ ଭୋଟରଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

By SonaliP

Leave a Reply

Your email address will not be published. Required fields are marked *