ଭୁବନେଶ୍ୱର : ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସନ୍ଧ୍ୟା ସନ୍ଧ୍ୟାରେ ସରୁଛି ପ୍ରଚାର । ବୁଥ ଗୁଡିକ ସନ୍ଧ୍ୟା ପର୍ଯ୍ୟନ୍ତ ଖୋଲା ରହିବା ସହ ଶାନ୍ତିଶୃଙ୍ଖଳାରେ ମତଦାନ ପାଇଁ ବ୍ୟବସ୍ଥା କରାଯାଇଛି । ଭୋଟରମାନଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ମଧ୍ୟ କରାଯାଇଛି ।
ସୂଚନାଯୋଗ୍ୟ, ମେ’୨୫ ଶନିବାର ରାଜ୍ୟର ୬ ଲୋକସଭା ଆସନ ଏବଂ ୪୨ ବିଧାନସଭା ଆସନରେ ତୃତୀୟ ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ନିର୍ବାଚନ ପାଇଁ ୯୪.୪୮ ଲକ୍ଷ ଭୋଟର । ସେମାନଙ୍କ ମଧ୍ୟରୁ ପୁରୁଷ ୪୮.୩୦ଲକ୍ଷ, ମହିଳା ଭୋଟର ୪୬.୧୮ଲକ୍ଷ । ବରିଷ୍ଠ ଭୋଟରଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ପୋଷ୍ଟାଲ ବାଲାଟରେ ୩୦ ହଜାରୁ ଅଧିକ ଭୋଟ୍ ଗ୍ରହଣ କରାଯିବ । ତୃତୀୟ ପର୍ଯ୍ୟାୟରେ ୨୧% ଯୁବ ଭୋଟର ଅଛନ୍ତି । ଆଜି ସନ୍ଧ୍ୟା ୬ଟାରେ ପ୍ରଚାର ଶେଷ ହେବ।

 

By SonaliP

Leave a Reply

Your email address will not be published. Required fields are marked *