ରାଜ୍ୟରେ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ ସେବା ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ପୁରୀ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍‌ ସେବାର ଶୁଭାରମ୍ଭ କରିଛନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଦେଶର ବିକାଶ ପାଇଁ ୮୫ ହଜାର କୋଟି ଟଙ୍କାର ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ ଅବସରରେ ଏହି ସେବା ଆରମ୍ଭ କରିଛନ୍ତି। ଏହିକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ଦେଶ ଉଦ୍ଦେଶ୍ୟରେ ୧୦ଟି ନୂଆ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି।
ପୁରୀରୁ ଆରମ୍ଭ ହୋଇଥିବା ଏହି ନୂଆ ବନ୍ଦେ ଭାରତ ଏକ୍ସପ୍ରେସ୍‌ ବିଶାଖାପଟନମ୍ ପର୍ଯ୍ୟନ୍ତ ଚାଲିବ। ପୁରୀ ଓ ବିଶାଖାପାଟଣା ମଧ୍ୟରେ ଖୋର୍ଦ୍ଧା, ବାଲୁଗାଁ ଓ ବ୍ରହ୍ମପୁର ଟ୍ରେନ୍‌ ରହଣୀ କରିବ। ଶନିବାର ବ୍ୟତୀତ ସପ୍ତାହର ୬ ଦିନ ଏହା ଚାଲିବ। ଗତବର୍ଷ ମେ’ ମାସରେ ଓଡ଼ିଶାରେ ପ୍ରଥମ ଥର ପାଇଁ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌ର ଶୁଭାରମ୍ଭ ହୋଇଥିଲା। ଏହା ପୁରୀରୁ ହାୱଡା ମଧ୍ୟରେ ଚଳାଚଳ କରୁଛି। ସେହିପରି ୨୦୨୩ ସେପ୍ଟେମ୍ବର ମାସରେ ପୁରୀ ଓ ରାଉଲକେଲା ମଧ୍ୟରେ ୨ୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌ ଚାଲୁଛି।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *