ଶ୍ରୀମନ୍ଦିରର ସିଂହଦ୍ୱାର ସମ୍ମୁଖରେ ପହଞ୍ଚି ଯାଇଛି ମହାପ୍ରଭୁ ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ରଥ। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ପ୍ରବଳ ଭିଡ଼ ଜମିଛି। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ ରଥ ସିଂହଦ୍ୱାରରେ ପହଞ୍ଚିଥିଲେ। ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ, ଶେଷରେ ପହଞ୍ଚିଥିଲେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ। ଜନ୍ମବେଦୀରେ ଲୀଳାଖେଳା ସାରି ବାହୁଡ଼ିଛନ୍ତି ଶ୍ରୀଜିଉ। ବୁଧବାର ଜଗତଜନଙ୍କୁ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ। ଘଣ୍ଟଘଣ୍ଟା, ଶଙ୍ଖ ଧ୍ୱନୀରେ ଫାଟି ପଡୁଥିଲା ବଡ଼ଦାଣ୍ଡ। Post navigation ଅନ୍ତରୀଣ ବଜେଟରେ ଦକ୍ଷତା ବିକାଶ ପାଇଁ ପ୍ରାୟ ୩୧ କୋଟି ଆବଣ୍ଟନ ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ହେଲେ ଓଏସ୍ପିସିବି ଅଧ୍ୟକ୍ଷ