ଦୁଇଦିନର ଯାତ୍ରା ପରେ ଶେଷରେ ଜନ୍ମସ୍ଥାନରେ ପହଞ୍ଚଞ୍ଚିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଲା ୩ ରଥ। ବଡ଼ଦାଣ୍ଡର ଜନସମୁଦ୍ର ଦେଇ ପ୍ରତୀକ୍ଷିତ ଶରଧାବାଲିରେ ପହଞ୍ଚିଛି ତିନି ଠାକୁରଙ୍କ ତିନି ରଥ । ତେଣୁ ଜନ୍ମସ୍ଥାନରେ ଏବେ ଖୁସିର ମାହୋଲ । ହୁଳହୁଳି ସାଙ୍ଗକୁ ଜୟ ଜଗନ୍ନାଥ, ହରିବୋଲି ଧ୍ୱନୀରେ କମ୍ପୁଛି ମହାପ୍ରଭୁଙ୍କ ଜନ୍ମସ୍ଥାନ । ଏଇଠୁ ଜନ୍ମବେଦୀକୁ ପହଣ୍ଡି କରି ଯିବେ ତିନି ଠାକୁର ।

Leave a Reply

Your email address will not be published. Required fields are marked *