କ୍ୟାବିନେଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮ଟି ବଡ଼ ରେଳ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ଏ ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ୮ଟିରୁ ୩ଟି ପ୍ରକଳ୍ପ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ପାଇଁ ଉଦ୍ଦିଷ୍ଟ। ଗୁଣପୁର-ଥିରୁବାଲି ୭୩ କିମି ନୂଆ ରେଳ ଲାଇନ, ଜୁନାଗଡ଼-ନବରଙ୍ଗପୁର ୧୧୬ କିମି ନୂଆ ରେଳ ଲାଇନ ଓ ମାଲକାନଗିରି-ପାଣ୍ଡୁରଙ୍ଗପୁରମ ୧୭୩ କିମି ନୂଆ ରେଳ ଲାଇନ୍ ହେବ। ଆକାଂକ୍ଷୀ ଜିଲ୍ଲା, ଆଦିବାସୀ ବହୁଳ ଅଞ୍ଚଳ ପାଇଁ ଏହା ବିକାଶର ମାଧ୍ୟମ ପାଲଟିବ। ପଶ୍ଚିମ ଓଡ଼ିଶାରୁ ଦକ୍ଷିଣ ଓଡ଼ିଶା ସହ ଆଗକୁ ଆନ୍ଧ୍ର ଓ ତେଲେଙ୍ଗାନାକୁ ମଧ୍ୟ ଯୋଡ଼ିବ।

Leave a Reply

Your email address will not be published. Required fields are marked *