ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗିରହିଛି କାଳବୈଶାଖୀ ବର୍ଷା। ସକାଳୁ ପ୍ରବଳ ଖରା ପରେ ଅପରାହ୍ନରେ ପବନ ବର୍ଷାରେ ଭିଜିଲା ସାରା ରାଜ୍ୟ। ଅନ୍ୟପଟେ ପାଣିପାଗ ବିଭାଗ ପକ୍ଷରୁ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ଯର ୧୨ ଜିଲ୍ଲାକୁ ମଧ୍ୟ କାଳବୈଶାଖୀ ବର୍ଷା ସତର୍କତା ଜାରି ହୋଇଛି। ସେଗୁଡିକ ହେଲା ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ, ମୟୁରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ ଜିଲ୍ଲାକୁ ସତର୍କତା ଜାରି ହୋଇଛି। ସେହିପରି ଏସବୁ ଜିଲ୍ଲା ଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ୪୦ ରୁ ୫୦ କିମି ପବନ ବହିବା ସହ କିଛି ଅଞ୍ଚଳରେ କୁଆପଥର ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । Post navigation ବିଜୁବାବୁଙ୍କ ପ୍ରତିମୂର୍ତ୍ତୀ ପୋଡିବା ଘଟଣା ପଛରେ ଥିବା ବ୍ୟକ୍ତିବିଶେଷଙ୍କ ଉପରେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ ୧୮ ଜିଲ୍ଲା ପାଇଁ ନୂଆ ସଭାପତିଙ୍କ ନାଁ ଘୋଷଣା କଲା ବିଜେଡି