ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ରାଜ୍ୟର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିବ କାଳବୈଶାଖୀର ପ୍ରଭାବ । ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି, ପବନ ଓ କୁଆପଥର ମାଡ଼ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆଜି ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେସବୁ ଜିଲ୍ଲାର କିଛି ସ୍ଥାନରେ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ।

ସେହିପରି ମାର୍ଚ୍ଚ ୧୯ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାକୁ ୟେଲୋ ୱର୍ଣିଂ ଜାରି କରାଯାଇଥିବା ବେଳେ ଆସନ୍ତା ୨୦ ତାରିଖରେ ରାଜ୍ୟରେ ଦେଖାଦେବ ବଡ଼ ବର୍ଷା ।

୨୦ ଓ ୨୧ ତାରିଖ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବିଜୁଳି ଘଡ଼ିଘଡ଼ି ସହ ପ୍ରବଳ ବର୍ଷା ପବନ ନେଇ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ। କୁଆପଥର ମାଡ଼ ବି ହେବା ସମ୍ଭାବନା ରହିଛି। ଅରେଞ୍ଜ ୱାର୍ଣ୍ଣିଂ ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୫୦-୬୦ ଓ ୟେଲୋ ୱାର୍ଣ୍ଣିଂ ଜିଲ୍ଲାରେ ୪୦-୫୦ କିଲୋମିଟର ବେଗରେ ପବନ ବହିପାରେ।

ଆସନ୍ତା ୨୦ ତାରିଖରେ ରାଜ୍ୟର ୨୪ ଜିଲ୍ଲାରେ ପ୍ରବଳ ବର୍ଷା ହେବ ।  ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲା ଯଥା ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେଉଁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ସହ ୫୦ ରୁ ୬୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବୋହିବା ନେଇ ଆକଳନ କରାଯାଇଛି ।

ସେହିଭଳି ୨୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ସହ ୫୦ ରୁ ୬୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବୋହିବା ନେଇ ଆକଳନ କରାଯାଇଛି ।

Leave a Reply

Your email address will not be published. Required fields are marked *