ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଶୋକର ଛାୟା। ଗୁରୁବାର ଭୋର ୪ଟା ୪୨ରେ ପ୍ରାଣୀ ଉଦ୍ୟାନରେ ଥିବା ବାଘୁଣୀ ‘ସାରା’ର ମୃତ୍ୟୁ ଘଟିଛି। ୨୦୦୯ ମସିହାରେ ପ୍ରାଣୀ ଉଦ୍ୟାନକୁ ଆସିଥିବା ବାଘୁଣୀ ‘ସାରା’ ଆଖି ବୁଜିଛି। ମୃତ୍ୟୁବେଳକୁ ‘ସାରା’କୁ ୧୮ ବର୍ଷ ୧ ମାସ ବୟସ ହୋଇଥିବା ପ୍ରାଣୀ ଉଦ୍ୟାନ ପକ୍ଷରୁ କୁହାଯାଇଛି।

‘ସାରା’ ବାର୍ଦ୍ଧକ୍ୟଜନିତ ରୋଗରେ ଆକ୍ରାନ୍ତ ହୋଇଥିବା କୁହାଯାଉଛି। କିଛିଦିନ ହେବ ‘ସାରା’ ଠିକ୍ ଭାବେ ଖାଦ୍ୟ ଖାଉ ନଥିଲା। ପ୍ରାଣୀ ଉଦ୍ୟାନ ଚିକିତ୍ସକଙ୍କ ଦ୍ୱାରା ‘ସାରା’ର ଚିକିତ୍ସା କରାଯାଉଥିଲା। ପ୍ରାଣୀ ଅଦଳବଦଳ ପ୍ରକ୍ରିୟାରେ ଭୋପାଳ ଚିଡିଆଖାନାରୁ ୨୦୦୯ରେ ବାଘୁଣୀ ‘ସାରା’ ନନ୍ଦନକାନନ ଆସିଥିଲ। ପ୍ରତି ବଦଳରେ ନନ୍ଦନକାନନରୁ ଗୋଟିଏ ଧଳାବାଘ ଦିଆଯାଇଥିଲା। ‘ସାରା’ର ମୃତ୍ୟୁ ପରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବାଘ ସଂଖ୍ୟା ୨୬କୁ ଖସି ଆସିଛି।

Leave a Reply

Your email address will not be published. Required fields are marked *